ପ୍ରମୂଖ ଖବର
  • ଖାନ୍‌ନଗରରେ ଭୁଷୁଡ଼ିଲା ଦଶହରା ଲାଇଟ୍‌ ଗେଟ୍‌, ଗେଟ୍‌ ତଳେ ଚାପି ହୋଇଗଲା ଗାଡ଼ି
  • ||
  • ବାଲିଗୁଡାରେ ଚାଞ୍ଚଲ୍ୟ, କିଡ୍‌ନୀ ଚୋରି ଅଭିଯୋଗ ପରେ କବର ଖୋଳି ଶବ କାଢିଲା ପୋଲିସ
  • ||
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ମୁମ୍ବାଇରେ ଆୟୋଜିତ 'India Chem 2024' ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, ୧୮/୧୦ : ମୁମ୍ବାଇ ଠାରେ ଆୟୋଜିତ 'India Chem 2024' ରେ ପ୍ରମୁଖ ନେତୃତ୍ଵଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇଛନ୍ତି। ଦେଶରେ ରାସାୟନିକ ଉଦ୍ୟୋଗ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି, ନିବେଶ ସମ୍ଭାବନା, ନିଯୁକ୍ତି ପ୍ରଦାନ ଭଳି ଅନେକ ଗୁରୁତ୍ଵପୂର୍ଣ୍ଣ ବିଷୟରେ ସଫଳ ଆଲୋଚନା କରାଯାଇଛି। 

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ଵରେ ରାସାୟନିକ ଉଦ୍ୟୋଗ କ୍ଷେତ୍ରରେ ଭାରତର ବିଶେଷ ଯୋଗଦାନ ରହିଛି। ନୂତନ ସମ୍ଭାବନାକୁ ପ୍ରୋତ୍ସାହନ, ବୈଦେଶିକ ରାସାୟନିକ ଉଦ୍ୟୋଗକୁ ନିବେଶ ସୁଯୋଗ ପ୍ରଦାନ ପାଇଁ ସରକାର ସମସ୍ତ ସହଯୋଗ ଯୋଗାଇ ଦେଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵରେ ଭାରତକୁ ବିଶ୍ଵର ରାସାୟନିକ ଉଦ୍ୟୋଗର କେନ୍ଦ୍ରବିନ୍ଦୁ କରିବା ନିମନ୍ତେ ଅନେକ ଯୁଗାନ୍ତକାରୀ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଦେଶର ଏକ ଅଗ୍ରଣୀ ରାଜ୍ୟ ଭାବେ 'ପୂର୍ବୋଦୟ ବିକାଶ'ର ସ୍ଵପ୍ନକୁ ସାକାର କରିବା ନିମନ୍ତେ ଓଡ଼ିଶା ମଧ୍ୟ ନିଜର ଯୋଗଦାନକୁ ଆହୁରି ସଶକ୍ତ କରିଛି। ରାସାୟନିକ କ୍ଷେତ୍ରରେ ନୂତନ ଉଦ୍ୟୋଗ ସହିତ ନିବେଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିବା ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଉଛି। ଏହାକୁ ଆହୁରି ତ୍ୱରାନ୍ୱିତ କରିବା ନିମନ୍ତେ 'ଉତ୍କର୍ଷ ଓଡ଼ିଶା ସମ୍ମିଳନୀ' ଆୟୋଜନ କରିବାକୁ ଯାଉଛି। ନିବେଶକଙ୍କ ନିମନ୍ତେ ଓଡ଼ିଶାକୁ ଦେଶର ଏକ ପ୍ରମୁଖ ନିବେଶ ସ୍ଥଳରେ ପରିଣତ କରିବା ପାଇଁ ଆମେ ପ୍ରତିବଦ୍ଧ। ଯାହାକି ଆଗାମୀ ଦିନରେ ବିକଶିତ ଭାରତ ଏବଂ ବିକଶିତ ଓଡ଼ିଶା ନିର୍ମାଣରେ ପ୍ରମୁଖ ଭୂମିକା ନେବା ସହିତ ଭାରତର ଆର୍ଥିକ ପ୍ରଗତିରେ ନିଶ୍ଚୟ ସହାୟକ ହେବ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.