ପ୍ରମୂଖ ଖବର
  • କଟକ ଏସ୍‌ସିବି ମେଡିକାଲରେ ପହଞ୍ଚିଲା ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ମୃତଦେହ, କରାଯିବ ବ୍ୟବଚ୍ଛେଦ
  • ||
  • ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହୁତି ଘଟଣାରେ ଆକ୍ସନ୍, ASI ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି ନିର୍ଦ୍ଦେଶ
  • ||
  • ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ପୁରୀ ବନ୍ଦ ଡାକରା, ସକାଳ ୬ଟାରୁ ଦିନ ୧୨ଟା ଯାଏ ଚାଲିବ
  • ||
  • ଜଗତସିଂହପୁର ରଘୁନାଥପୁର ଥାନା ଅଞ୍ଚଳରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିରୋଧ କରିବାରୁ ଲହୁ ଲୁହାଣ କଲେ ଦୁର୍ବୃତ୍ତ
  • ||
  • ଆସନ୍ତା ୮ରେ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ, ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ନୟାଗଡ଼: ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ, ଚିକିତ୍ସାଧିନ ଅବସ୍ଥାରେ ୭୦ ବର୍ଷ ବୟସରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||

ଚାଉଳ ସଂଗ୍ରହ ଟାର୍ଗେଟ ବୃଦ୍ଧିକୁ ଫୋକସ୍‌; କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Published By : Ankita S | August 6, 2025 3:11 PM

ନୂଆଦିଲ୍ଲୀ,୦୬/୦୮: କେନ୍ଦ୍ର ଖାଦ୍ୟ ସୁରକ୍ଷା ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ନୂଆଦିଲ୍ଲୀରେ ସାକ୍ଷତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି । ରାଜ୍ୟରେ ବଳକା ଧାନକୁ ଦୃଷ୍ଟିରେ ରଖି ଆଗାମୀ ଋତୁ ପାଇଁ ଚାଉଳ ସଂଗ୍ରହ ଟାର୍ଗେଟ ବୃଦ୍ଧି କରିବାକୁ ଅନୁରୋଧ କରିଥିବା କହିଛନ୍ତି  ।

ସାକ୍ଷାତକାରକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ସମୟାନୁସାରେ ଏଫସିଆଇ ଦ୍ୱାରା ମାସିକ ଧାନ ଉଠାଣ ବୃଦ୍ଧି କରିବା ପାଇଁ ମଧ୍ୟ ଅନୁରୋଧ କରାଯାଇଛି । ଖାଦ୍ୟ ସୁରକ୍ଷାକୁ ସୁଦୃଢ଼ କରିବା ଏବଂ କୃଷକଙ୍କ ସ୍ୱାର୍ଥକୁ ସୁରକ୍ଷା ଦେବା ପାଇଁ ଲକ୍ଷ୍ୟ ରଖି ଓଡ଼ିଶା ସରକାରଙ୍କ ସକ୍ରିୟ ପଦକ୍ଷେପ, ଯେଉଁଥିରେ ମାଣ୍ଡିଆକୁ ପ୍ରୋତ୍ସାହନ ଏବଂ ସଂରକ୍ଷଣ ଭିତ୍ତିଭୂମିର ପ୍ରସାର ଅନ୍ତର୍ଭୁକ୍ତ, ଉପରେ ଆଲୋକପାତ କରାଯାଇଥିଲା ।'' ସାକ୍ଷାତକାରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଉପସ୍ଥିତ ଥିଲେ ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.