ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ବଣାଇ : ବିଦ୍ୟୁତ ଖୁଣ୍ଟକୁ ପିଟି ଓଲଟିଲା OSRTC ବସ୍‌, ୨୦ ଆହତ
  • ||

୧୩ରେ ବିଧାନସଭା ବଜେଟ୍‌ ଅଧିବେଶନ: ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ବସିଲା ସର୍ବଦଳୀୟ ବୈଠକ

Published By : Harapriya Sethi | February 12, 2025 12:52 PM

ଭୁବନେଶ୍ୱର, ୧୨/୦୨: ବଜେଟ୍‌ ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଭବନରେ ପହଞ୍ଚି ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ମଧ୍ୟ ହୋଇଛି । ବର୍ଷର ପ୍ରଥମ ଅଧିବେଶନ ହୋଇଥିବା କାରଣରୁ ଆସନ୍ତାକାଲି ରାଜ୍ୟପାଳଙ୍କ ସମ୍ବୋଧନରୁ ହିଁ ଗୃହକାର୍ଯ୍ୟ ଆରମ୍ଭ ହେବ । ଏହା ପୂର୍ବରୁ ଗାଣତାନ୍ତ୍ରିକ ପରମ୍ପରା ଅନୁସାରେ, ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ସାକ୍ଷାତ କରିଛନ୍ତି ।


ସେପଟେ ଆଜି ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ମଧ୍ୟ ଆରମ୍ଭ ହୋଇଛି । ଶାସକ-ବିରୋଧୀ ଦଳର ନେତାମାନେ ଏଥିରେ ଅଂଶ ଗ୍ରହଣ କରିଛନ୍ତି । ଶୃଙ୍ଖଳିତ ଗୃହକାର୍ଯ୍ୟ ସହ ଫଳପ୍ରଦ ଆଲୋଚନା ପାଇଁ ବାଚସ୍ପତି ସମସ୍ତଙ୍କ ସହଯୋଗ ଲୋଡିବେ । ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଅନୁମତି ଦେବାକୁ ଦାବି କରିବେ ବିରୋଧୀ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.