ପ୍ରମୂଖ ଖବର
  • ଭୁବନେଶ୍ୱର : ସିଲିଣ୍ଡର ତିଆରି କମ୍ପାନୀରେ ଅଗ୍ନିକାଣ୍ଡ, ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ତାରିଣୀ ମନ୍ଦିର ବିକାଶ ପାଇଁ ୨୧୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଡିପିଆର୍ ପ୍ରସ୍ତୁତ
  • ||
  • ଗଜପତି : ଠାକୁର ଦର୍ଶନ ବେଳେ ମହୁମାଛି ଆକ୍ରମଣ, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ, ଜୁଲାଇ ୧୦ ସୁଦ୍ଧା ଆରମ୍ଭ ହେବ ପାଠ ପଢା
  • ||
  • ସୁନ୍ଦରଗଡ଼ : ମା' ହତ୍ୟାର ପ୍ରତିଶୋଧ, ଜେଲ୍‌ ଫେରନ୍ତା ବାପାକୁ ହତ୍ୟା କଲା ପୁଅ
  • ||
  • ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • କୋରାପୁଟ : ବେପାରୀଙ୍କ ଗାଡ଼ିରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ଲୁଗାପଟା ପୋଡ଼ି ପାଉଁଶ
  • ||
  • IPL 2025: ସୁପରକିଙ୍ଗ୍‌ସକୁ ଭେଟିବ ସୁପରଜାଏଣ୍ଟ୍‌ସ, ପରାଜୟରେ ବ୍ରେକ ଲାଗି ସବୁ ଶକ୍ତି ଖଟାଇବ ଧୋନୀ ସେନା
  • ||
  • ପିଏନ୍‌ବି ଘୋଟାଲ; ବେଲଜିୟମରୁ ବନ୍ଧା ହେଲା ପଳାତକ ମେହୁଲ ଚୋକସି
  • ||
  • ସୋମବାର ଦିନିକିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଘଟଗାଁ ବାସିନୀ ମା' ତାରିଣୀଙ୍କୁ କରିବେ ଦର୍ଶନ
  • ||
  • ଆସନ୍ତା ୬ ଦିନ ଯାଏ କାଳବୈଶାଖୀ ଆଶଙ୍କା, ଆଜି ୭ ଜିଲ୍ଲାରେ ଝଡ଼ ବର୍ଷା ନେଇ ଆଲର୍ଟ ଜାରି
  • ||

ଶ୍ରୀମନ୍ଦିର ପ୍ରଶାସନ ଦ୍ଵାରା ପ୍ରକାଶିତ ଓଡ଼ିଆ ନବବର୍ଷ କ୍ୟାଲେଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

Published By : prameya | April 13, 2025 11:37 AM

ପୁରୀ,୧୩/୦୪:ଓଡ଼ିଆ ନବବର୍ଷ ଅବସରରେ ପ୍ରକାଶ ପାଇଲା ଶ୍ରୀମନ୍ଦିର ପର୍ବପର୍ବାଣି ଓ ଯାନିଯାତ୍ରା କ୍ୟାଲେଣ୍ଡର । ପୂର୍ବରୁ ଏହି କ୍ୟାଲେଣ୍ଡର ମୁଦ୍ରଣ ପରେ ଦେବାର୍ପଣ ହୋଇଥିବା ବେଳେ ଆଜି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଶ୍ରୀମନ୍ଦିର ସିଂହଦ୍ବାର ନିକଟରେ ଏହା ଲୋକାର୍ପିତ ହୋଇଛି । ସେହିପରି ପ୍ରଥମ ଥର ଲାଗି ପ୍ରକାଶିତ ଶ୍ରୀମନ୍ଦିରର ସୁଦୃଶ୍ୟ ସୂଚନା ପୁସ୍ତିକାର ମଧ୍ୟ ଲୋକାର୍ପଣ ହୋଇଛି । 

ଏହି ଅବସରରେ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ଯ ଶାସନ ସଚିବ ମନୋଜ ଆହୁଜା,ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢ଼ୀ, ପୁରୀ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ସହ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ କର୍ମଚାରୀମାନେ ଉପସ୍ଥିତ ଥିଲେ । ୨୦୨୫ ମସିହାର ମହାବିଷୁବ ସଂକ୍ରାନ୍ତି ଠାରୁ ୨୦୨୬ ମସିହା ରାମାଭିଷେକ ନୀତି ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ପାଳିତ ହେବାକୁ ଥିବା ସମସ୍ତ ପର୍ବପର୍ବାଣି ଦିନ ତଥା ଯାନିଯାତ୍ରା ଦିବସଗୁଡିକର ସୂଚନା ଏହି  କ୍ୟାଲେଣ୍ଡରରେ ରହିଅଛି । 

ଶ୍ରୀମନ୍ଦିର ସେବକ ନିଯୋଗ ସହ ମୁକ୍ତିମଣ୍ଡପ ଏବଂ ରାଜ୍ୟର ପ୍ରମୁଖ ପାଂଜିକାରଙ୍କୁ ନେଇ ବିସ୍ତୃତ ଆଲୋଚନା ପରେ ଶ୍ରୀମନ୍ଦିରରେ ପାଳିତ ହେବାକୁ ଥିବା ପର୍ବପର୍ବାଣି ତିଥିଗୁଡିକ ସ୍ଥିରୀକୃତ ହୋଇଅଛି।  ଶ୍ରୀମନ୍ଦିର ପ୍ରଶାସନର ସମସ୍ତ ସୂଚନା କେନ୍ଦ୍ରଗୁଡିକରେ ଏହି କ୍ୟାଲେଣ୍ଡର୍ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ସକାଶେ କ୍ରୟ ପାଇଁ  ଉପଲବ୍ଧ ହେବ । ଅନ୍ୟପଟେ ଓଡିଆ ନବବର୍ଷ ଅବସରରେ ଭକ୍ତ ତଥା ଶ୍ରଦ୍ଧାଳୁଙ୍କୁ ଅଭିନନ୍ଦନ ଜଣାଇବା ସହ ମହାପ୍ରଭୁଙ୍କ ପାଦପଦ୍ମରେ ସମସ୍ତଙ୍କ ପାଇଁ ଆଶୀର୍ବାଦ ଭିକ୍ଷା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.