ପ୍ରମୂଖ ଖବର
  • ପୁରୀ : ଏଥର ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ୧୦ରେ ମିଳିବ ଆଡ଼ପ ଅବଢ଼ା
  • ||
  • ଭୁବନେଶ୍ଵର : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ, ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା
  • ||
  • ଭୁବନେଶ୍ଵର : ସ୍କୁଲରେ ପଢ଼ାଇବେ ଅତିଥି ଶିକ୍ଷକ, ନିଯୁକ୍ତ ହେବେ ୪୫୮୦ ଅବସରପ୍ରାପ୍ତ ଶିକ୍ଷକ
  • ||

ଚାଷୀଙ୍କ ଖାତାକୁ ଯିବ ପିଏମ୍‌ କିଷାନ ଟଙ୍କା, ଆଜି ବରଗଡ଼ରେ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୮/୦୬: ମଙ୍ଗଳବାର ଚାଷୀଙ୍କ ଖାତାକୁ ଯିବ ପିଏମ୍‌  କିଷାନ ଟଙ୍କା  । ଚାଷୀଙ୍କୁ  ମିଳିବ ୨ ହଜାର ଟଙ୍କା । ଦେଶର ୯ କୋଟି ୨୬ ଲକ୍ଷ  ଚାଷୀଙ୍କ ଆକାଉଣ୍ଟକୁ ୨୦  ହଜାର କୋଟି ଟଙ୍କା ଯିବ । ବାରଣାସୀ ସଭାରୁ ୧୭  ତମ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ଓଡିଶାର ବରଗଡ଼ରେ ରାଜ୍ୟସ୍ତରୀୟ ପିଏମ୍‌ କିଷାନ ଉତ୍ସବ ଆୟୋଜିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଥମ ଥର ପାଇଁ ଜିଲ୍ଲା  ଗସ୍ତ କରି ଏହି ଉତ୍ସବରେ ଯୋଗ ଦେବେ । ପିଏମ୍‌ କିଷାନକୁ  ଚାଷୀଙ୍କ ପାଇଁ ଉତ୍ସର୍ଗ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ  ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ଏହି  ସଭାରେ ଉପସ୍ଥିତ ରହିବେ । ସେହିପରି ପୁରୀରେ ଆୟୋଜିତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ରହିବେ  ।  

ରାଜ୍ୟର ବିଭିନ୍ନ ଜିଲ୍ଲା ଓ କୃଷି ବିଜ୍ଞାନ କେନ୍ଦ୍ରରେ  ଅପରାହ୍ନ ସାଢେ ୪ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଏହି ଦିବସ  ପାଳିତ ହେବ । କଟକରେ ଆୟୋଜିତକାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ  ପୂଜାରୀ, କେଭିକେ ନୟାଗଡରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ  ଓ ପାନୀୟଜଳ ମନ୍ତ୍ରୀ ରବି ନାରାୟଣ ନାୟକ, କେନ୍ଦ୍ରାପଡାରେ ସ୍କୁଲ  ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ  କଲ୍ୟାଣ, ସାମାଜିକ କଲ୍ୟାଣ ଓ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ  ଗଣ୍ଡ, ଢେଙ୍କାନାଳରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ  ଓ ବୈଷୟିକ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଖୋର୍ଦ୍ଧାରେ ଆଇନ ଓ ପୂର୍ତ୍ତ ଓ  ଅବକାରୀ ବିଭାଗ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ସିଫା କୌଶଲ୍ୟାଗଙ୍ଗାରେ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ  ସୂଚନା ବୈଷୟିକ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଞ୍ଜାମରେ ବାଣିଜ୍ୟ ଓ  ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଅନୁଗୋଳରେ  ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର,  କେଭିକେ ବଡଚଣାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ,  ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ଭଦ୍ରକରେ  ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର, ଓ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ  ସୂର୍ଯ୍ୟବଂଶୀ ସୂରଜ, ଯାଜପୁରରେ ସମବାୟ ହସ୍ତତନ୍ତ, ବୟନଶିଳ୍ପ  ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, କେଭିକେ ଭଞ୍ଜନଗରରେ  ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟାଗ  ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ଜଗତସିଂହପୁରରେ ଶିଳ୍ପ, ଦକ୍ଷତା  ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚରଣ ସ୍ୱାଇଁ ଯୋଗଦେବେ ।  

ସେହିପରି ବାଲେଶ୍ୱର, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର,  ମୟୁରଭଞ୍ଜ, ନବରଙ୍ଗପୁରରେ ସ୍ଥାନୀୟ ସାଂସଦମାନେ ଯୋଗଦେବେ  ବୋଲି ସୂଚନା ମିଳିଛି । ଏନେଇ କୃଷି ଓ କୃଷକ ସଶକ୍ତକରଣ  ବିଭାଗର ପ୍ରମୁଖ ସଚିବ ଡ.ଅରବିନ୍ଦ ପାଢୀ ଚିଠି ଲେଖି ଜଣାଇଛନ୍ତି।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.