ପ୍ରମୂଖ ଖବର
  • Shangri-la-dialogue: CDS କହିଦେଲେ ଆତଙ୍କୀଙ୍କ ରେଡ଼ ଲାଇନ୍, ଜାଣନ୍ତୁ କଣ କହିଲେ ପାକିସ୍ତାନ ଜେନେରାଲ
  • ||
  • ଘାରିଛି କରୋନା ଭୟ; ୪ ହଜାର ମୁହାଁ ସଂକ୍ରମଣ, ୨୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଖଲ୍ଲିକୋଟ ବଡ଼ ଘାଟିରେ ଓଲଟିଲା ସିଲିଙ୍ଗ ପ୍ଲେଟ ବୋଝେଇ ଟ୍ରେଲର୍, ବ୍ରହ୍ମପୁର ଠାରୁ ଭୁବନେଶ୍ୱର ଯାତାୟାତ ବାଧାପ୍ରାପ୍ତ
  • ||
  • ମାଲକାନଗିରି : ବିଜାଘାଟିରେ ବସ୍‌ ଦୁର୍ଘଟଣା, ୧୬ ଯାତ୍ରୀ ଆହତ
  • ||
  • ପ୍ରକାଶ ପାଇଲା JEE ଆଡଭାନ୍ସ ରେଜଲ୍ଟ, ଦିଲ୍ଲୀ ଜୋନ୍‌ର ରଜିତ୍ ଗୁପ୍ତା ଆଇଆଇଟି ଟପ୍ପର
  • ||
  • ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଢେଙ୍କାନାଳର ପୂର୍ବତନ ବିଜେଡି ସଭାପତି ବିଭୁ ପ୍ରସାଦ ଦେହୁରୀ ନିଲମ୍ୱିତ
  • ||
  • ସୁନ୍ଦରଗଡ଼ : ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକ ମୃତ
  • ||
  • ଭଦ୍ରକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ;୧୨ଟି ପ୍ରକଳ୍ପ ଲୋକାର୍ପଣ,୩ଟି ପ୍ରକଳ୍ପ ଶିଳାନ୍ୟାସ କରିବେ
  • ||
  • ବାହାନଗା ଟ୍ରେନ୍‌ ଟ୍ରାଜେଡ଼ିକୁ ୨ ବର୍ଷ; କାଳ ସାଜିଥିଲା କରମଣ୍ଡଳ, ଶବର ପାହାଡ଼ରୁ ଖୋଜା ପଡ଼ିଥିଲେ ସମ୍ପର୍କୀୟ
  • ||
  • ମୟୂରଭଞ୍ଜ : ସହକାରୀ ତହସିଲଦାରଙ୍କୁ ଆକ୍ରମଣ କଲେ ବାଲି ମାଫିଆ, ଭାଙ୍ଗିଦେଲେ ଗାଡ଼ି
  • ||
  • ମୌସୁମୀ ଗାଏବ, ପୁଣି ବଢ଼ିଲା ତାତି: ୧୦ ଦିନ ଯାଏ ବର୍ଷା ସମ୍ଭାବନା ନାହିଁ, ୪ରୁ ଉପକୂଳରେ ଭୀଷଣ ଗରମ
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ବାଲି ବୋଝେଇ ହାଇୱା, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ଡୁଙ୍ଗୁରିପାଲି ଷ୍ଟେସନ ନିକଟରେ ଟ୍ରେନ୍‌କୁ ପଥର ମାଡ, ଜଣେ ଆହତ
  • ||

ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ

Published By : Harapriya Sethi | May 30, 2025 11:14 AM

ରେଢାଖୋଲ, ୩୦/୦୫: ଘରୋଇ ବସ୍‌କୁ ପଛରୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍‌ । ଦୁର୍ଘଟଣାରେ ବସ୍‌ରେ ଥିବା ୨୦ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ରେଢାଖୋଲ ମେଡିକାଲରେ ଭର୍ତ୍ତି କରାଯାଇଛି । ସମ୍ୱଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅନ୍ତର୍ଗତ ଲୁହାପଙ୍କ ନିକଟ ୫୫ନଂ ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । 

ସୂଚନା ମୁତାବକ, ଶୁକ୍ରବାର ସକାଳେ ଅନୁଗୁଳ ପାତ୍ରପଡାରୁ ସମ୍ବଲପୁର ଆସୁଥିଲା ଗଜଲକ୍ଷ୍ମୀ ନାମକ ଏକ ଘରୋଇ ବସ୍ । ସମ୍ବଲପୁର -ଅନୁଗୁଳ ୫୫ନଂ ଜାତୀୟ ରାଜପଥ ରେଢାଖୋଲ ଥାନା ଲୁହାପଙ୍କ ଛକ ନିକଟରେ ଉକ୍ତ ବସ୍‌କୁ ପଛପଟୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍ । ଦୁର୍ଘଟଣା ଯୋଗୁ ବସ୍‌ରେ ଥିବା ୩୫ଜଣରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କ ମଧ୍ୟରୁ ୨୦ଜଣ ଆହତ ହୋଇଥିଲେ । ଆହତଙ୍କ ମଧ୍ୟରୁ ୫ଜଣ ଗୁରୁତର ହୋଇଥିଲେ । ସେମାନଙ୍କୁ ଚିକିତ୍ସା ପାଇଁ ରେଢାଖୋଲ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣା ସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି । ସେପଟେ ଟ୍ରକ୍‌ ଚାଳକକୁ ପୁଲିସ୍ ଗିରଫ କରିଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.