ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

ମୁମ୍ବାଇ ବିମାନବନ୍ଦରରୁ ବିଦେଶୀ ଚୋରା ଚାଲାଣକାରୀ ଗିରଫ, ପେଟରୁ ବାହାରିଲା ୮.୬ କୋଟି ଟଙ୍କାର କୋକେନ୍

Published By : Prameya | May 30, 2025 8:18 AM

ନୂଆଦିଲ୍ଲୀ,୩୦/୦୫:  ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ  ବିଦେଶୀ ଚୋରା ଚାଲାଣକାରୀ ଗିରଫ। ତାଙ୍କ ପେଟରୁ ୮.୬ କୋଟି ଟଙ୍କାର କୋକେନ୍ ଜବତ କରାଯାଇଛି।ଏନେଇ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଅଧିକାରୀ ଜଣକ କହିଛନ୍ତି ଯେ, ଉଗାଣ୍ଡାର ନାଗରିକ ୨୪ ଏବଂ ୨୫ ତାରିଖ ରାତିରେ ମୁମ୍ବାଇରେ ପହଞ୍ଚିଥିଲେ ଏବଂ ପଚରାଉଚରା ସମୟରେ ତାଙ୍କ ଉପରେ  ସନ୍ଦେହ ଉପୁଜିଥିଲା । 

ପରେ ଡାକ୍ତରୀ ପରୀକ୍ଷାରୁ ଜଣାପଡିଥିଲା ଯେ, ସେ  ଅନେକ  ହଳଦିଆ ରଙ୍ଗର ବଟିକା ଗିଳି ଦେଇଥିଲେ। ଅଧିକାରୀଙ୍କ ଅନୁଯାୟୀ, ଅସ୍ତ୍ରୋପଚାର ମାଧ୍ୟମରେ ତାଙ୍କ ପେଟରୁ ବଟିକା ବାହାର କରାଯାଇଥିଲା ଏବଂ ଏଥିରେ ୮.୬୬କୋଟି ଟଙ୍କା ମୂଲ୍ୟର ୮୮୬ଗ୍ରାମ କୋକେନ୍ ମିଳିଥିଲା। ତେବେ ବର୍ତ୍ତମାନ ଅଭିଯୁକ୍ତକୁ ଗିରଫ କରାଯାଇଥିବା ବେଳେ ତଦନ୍ତ କରୁଛି ପୋଲିସ ।  ସେହିପରି ଏହାର ଗୋଟିଏ ସପ୍ତାହ ପୂର୍ବରୁ, କଷ୍ଟମ୍ସ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ ଏବଂ ଦୁଇଟି ପୃଥକ ମାମଲାରେ ମୋଟ ୫.୭୫ କିଲୋଗ୍ରାମ ସୁନା ଜବତ କରିଥିଲେ। ଜବତ ସୁନାର ଆନୁମାନିକ ମୂଲ୍ୟ ପ୍ରାୟ ୫.୧୦ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଏହି କାର୍ଯ୍ୟାନୁଷ୍ଠାନ ମେ ୧୭ ତାରିଖରେ ନିଆଯାଇଥିଲା ଏବଂ ଉଭୟ ମାମଲାରେ ଦୁଇଜଣଙ୍କୁ ଗିରଫ କରାଯାଇଛି।






Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.