ପ୍ରମୂଖ ଖବର
  • ଗୁରୁବାର ତୃତୀୟ ଟେଷ୍ଟ: ଇଂଲଣ୍ଡ ଏକାଦଶକୁ ଫେରିବେ ଆର୍ଚର, ଭାରତୀୟ ସ୍କ୍ୱାଡରେ ହେବ ପରିବର୍ତ୍ତନ
  • ||
  • ଷ୍ଟିଅରିଂ ଛାଡ଼ ଆନ୍ଦୋଳନ : ବାଲିକୁଦା ନିକଟରେ କର୍ମକର୍ତ୍ତାଙ୍କ ପିକେଟିଂ, ଅଖ ଚକ ଜାମ୍, ଯାତ୍ରୀ ହନ୍ତ
  • ||
  • ୧୪ଟି ଦେଶ ଉପରେ ନୂଆ ଟାରିଫ୍ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ, ଅଗଷ୍ଟ ପହିଲାରୁ ହେବ ଲାଗୁ
  • ||
  • ମଝିଘରିଆଣୀଙ୍କ ୯ ହୁଣ୍ଡି ମିଳିଲା ନଗଦ କୋଟିଏ ଟଙ୍କା, ୧୨ ବିଦେଶୀ ନୋଟ୍‌, ୩୮ ଗ୍ରାମ୍‌ ସୁନା
  • ||
  • ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍‌, ସ୍କୁଲ୍‌ରେ ସଚେତନ କଲା ବିଏମ୍‌ସି
  • ||
  • ସରିଲା ଅଧରପଣା, ଆଜି ନୀଳକନ୍ଦରକୁ ବାହୁଡ଼ିବେ ନିଳାଦ୍ରୀନାଥ, ରସଗୋଲା ଦେଇ ମାହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ
  • ||
  • ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ, ୬ ଦଫା ଦାବି ନେଇ ଜିଦ୍‌ରେ ଅଟଳ ଡ୍ରାଇଭର ମହାସଂଘ
  • ||
  • ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ୩ ଜିଲ୍ଲାକୁ ଅରେଞ୍ଜ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ମାଓବାଦର ଘଟିବ ଅନ୍ତ, ଓଡ଼ିଶା ଓ ଛତିଶଗଡ଼ ପୋଲିସର ସମ୍ମୀଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ

Published By : Swapna Ray | January 20, 2025 11:01 AM

ମାଲକାନଗିରି, ୨୦।୧: ଆରମ୍ଭ ହୋଇଛି ସମ୍ମୀଳିତ ଆନ୍ତଃରାଜ୍ୟ ଅଭିଯାନ । ଓଡ଼ିଶାର ନୂଆପଡ଼ା ଜିଲ୍ଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାର ସୀମାନ୍ତ ଅଞ୍ଚଳରେ ଓଡ଼ିଶା ଓ ଛତିଶଗଡ଼ ପୋଲିସ ଏବଂ ସିଆପିଏଫ ଯବାନଙ୍କର ଏକ ସମ୍ମୀଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଛି । କହିରଖୁ କି, ରବିବାର ରାତିରୁ ଓଡ଼ିଶାର ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫ କିମି ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୁଇନ୍ଦା ସୂଚନା ମିଳିଥିଲା । ସେହି ଅନୁଯାୟୀ, ଉଭୟ ରାଜ୍ୟର ସୁରକ୍ଷା ବାହିନୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମିଶି ଏହି ସମ୍ମିଳୀତ ଅଭିଯାନ ଆରମ୍ଭ କରିଛନ୍ତି । ଅନ୍ୟପଟେ ଛତିଶଗଡ଼ର ବିଜାପୁର ଜିଲ୍ଲା ଅନ୍ତର୍ଗତ ପୂଜାରୀ କାଙ୍କେରସ୍ଥିତ ଜଙ୍ଗଲରେ ଗୁରୁବାର ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ମୁହାଁମୁହିଁ ସଂଘର୍ଷ ହୋଇଥିଲା । ସୁରକ୍ଷା କର୍ମୀଙ୍କ ନିର୍ଘାତ ଗୁଳିମାଡ଼ରେ ୧୮ ଜଣ ମାଓବାଦୀ ନିପାତ ହୋଇଥିଲେ । 

ସୂଚନା ମୁତାବକ, ଗୁରୁବାର ସକାଳେ ଛତିଶଗଡ଼ ବିଜାପୁର ଜଙ୍ଗଲରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଥିଲେ । କୁମ୍ବିଂ ଅପରେସନ୍‌ରେ ବିଜାପୁର, ଡିଆରଜି ସୁକମା, ଡିଆରଜି ଦନ୍ତେୱାଡ଼ା, କୋବ୍ରାର ପୃଥକ ପୃଥକ ବାଟାଲିୟନ ଏବଂ ସିଆର୍‌ପିଏଫ୍‌ର ପ୍ରାୟ   ୧୨୦୦ରୁ ୧୫୦୦ ଯବାନ ସାମିଲ ହୋଇଥିଲେ । ଦକ୍ଷିଣ ବିଜାପୁରରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା । ଏହା ସନ୍ଧ୍ୟା ପର୍ଯ୍ୟନ୍ତ ଜାରି ରହିଥିଲା । ଏଥିରେ ସୁରକ୍ଷା  କର୍ମୀଙ୍କୁ ବଡ଼ ସଫଳତା ମିଳିଥିଲା । ଏହି ଏନ୍‌କାଉଣ୍ଟରରେ ୧୨ ଜଣ ମାଓବାଦୀ ନିହତ ହୋଇଥିବା କହିଥିଲା ଛତିଶଗଡ଼ ପୋଲିସ । ହେଲେ ପରେ ୧୨ ନୁହେଁ ୧୮ ଜଣ ମାଓବାଦୀ ଏହି ଏନକାଉଣ୍ଟରରେ ନିହତ ହୋଇଥିବା ଜଣାପଡ଼ିଥିଲା । ତାହା ପୁଣି ଦକ୍ଷିଣ ବସ୍ତର ମାଓ ସଂଗଠନ ପକ୍ଷରୁ ଏକ ଚିଠି ମାଧ୍ୟମରେ ସ୍ପଷ୍ଟ କରାଯାଇଥିଲା । ସେହିପରି ମାଓ ସଂଗଠନ ପକ୍ଷରୁ ମାଓନେତା ଦାମୋଦରଙ୍କ ଏକ ଫଟୋ ମଧ୍ୟ ଜାରି କରାଯାଇଥିଲା । ଯେଉଁଥିରେ ପୋଲିସ ଗୁଳିରେ ଦାମୋଦର ନିହତ ହୋଇଥିବା କଥା ସ୍ପଷ୍ଟ କରିଥିଲେ । ଚିଠିରେ ଆହୁରି ଲେଖା ଅଛି ଯେ, ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର ପରେ ୧୨ ଜଣ ମାଓବାଦୀଙ୍କ ମୃତଦେହ ଠାବ କରିଥିଲେ, ବାକି ୬ ଜଣଙ୍କ ମୃତଦେହକୁ ଏନକାଉଣ୍ଟର ପରେ ସାଥୀମାନେ ନେଇଯାଇଥିଲେ । 

ଉଲ୍ଲେଖଯୋଗ୍ୟ, ଏହା ପୂର୍ବରୁ ଜାନୁଆରୀ ୧୨ରେ ବିଜାପୁର ଜିଲ୍ଲାର ନ୍ୟାସନାଲ ପାର୍କ ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ୩ ସନ୍ଦିଗ୍ଧ ମାଓବାଦୀ ନିପାତ ହୋଇଥିଲେ । ଜାନୁଆରୀ ୯ରେ ସୁକମା ଜିଲ୍ଲାର ଆଉ ଏକ ଅପରେସନରେ ୩ ମାଓବାଦୀ ପ୍ରାଣ ହରାଇଥିଲେ । ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦର ଅନ୍ତ ଘଟିବା ନେଇ ଜାନୁଆରୀ ୬ରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଥିଲେ । ସରକାରଙ୍କ ନିଷ୍ପତ୍ତି ସ୍ୱରୂପ ସେବେଠାରୁ ମାଓ ଦମନ ଅଭିଯାନ ତ୍ୱରାନ୍ୱିତ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.