ପ୍ରମୂଖ ଖବର
  • ୭ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ, ରାଜ୍ୟରେ ଖୋଲିବ ଆଉ ୭ ନର୍ସିଂ କଲେଜ
  • ||
  • ୬୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମୁନିଗୁଡ଼ା ହସ୍ପିଟାଲର ସ୍ୱାସ୍ଥ୍ୟକର୍ମୀ, ଏକକାଳୀନ ୨ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • କଟକ : କେନାଲରେ ଗାଧୋଇବା ବେଳେ ଅଘଟଣ; ନବମ ଶ୍ରେଣୀ ଛାତ୍ରୀ ନିଖୋଜ
  • ||
  • ଇଡ଼ି ଅଫିସ୍‌ରେ ହାଜର ହେଲେ ପୂର୍ବତନ କ୍ରିକେଟର ସୁରେଶ ରାଇନା, ବେଟିଂ ଆପ୍‌ ମାମଲାରେ ହୋଇଥିଲା ସମନ୍
  • ||
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ସ୍ୱାମୀର ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୫ ତାରିଖ ଯାଏଁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଷ୍ଟପବୋର୍ଡରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ରାୟଗଡ଼ା : ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍‌, ୧୫ ଆହତ
  • ||
  • ବିଶ୍ୱ ଅଙ୍ଗଦାନ ଦିବସ : ଓଡ଼ିଶାରେ ହେଲାଣି ୨ ହଜାର କିଡ୍‌ନୀ ପ୍ରତିରୋପଣ
  • ||
  • ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା, ପରିକ୍ରମା କାନ୍ଥରେ ଧମକପୂର୍ଣ୍ଣ ମେସେଜ୍, ଆତଙ୍କବାଦୀ ଆକ୍ରମଣ ନେଇ ବଢିଲା ଆଶଙ୍କା
  • ||
  • ରାଜସ୍ଥାନ ଦୌସାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୦ ମୃତ
  • ||

କଂଗ୍ରେସର ଜିଲ୍ଲାସ୍ତରୀୟ ଯୁବ ଅଧିକାର ସମାବେଶ

Published By : Suraj Kumar | August 10, 2025 8:21 PM

ମାଲକାନଗିରି/କୋରକୁଣ୍ଡା, ୧୦/୮ (ଆପ୍ର ) :ମାଲକାନଗିରି ଜିଲ୍ଲା ବାଲିମେଳା ସହର ସ୍ଥିତ ଟାଉନ ହଲ ଠାରେ କଂଗ୍ରେସର ଜିଲ୍ଲା ସ୍ତରୀୟ ଯୁବ ଅଧିକାର ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଯୁବ କଂଗ୍ରେସ ପ୍ରଭାରୀ ମହେଶ ଦେଶମୁଖ୍ ଯୋଗ ଦେଇଥିବା ବେଳେ ରାଜ୍ୟ ଯୁବ କଂଗ୍ରେସ ସଭାପତି ରଣଜିତ ପାତ୍ର, କାର୍ଯ୍ୟକାରୀ ସଭାପତି କୃଷ୍ଣ ମହାନ୍ତି, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ ପ୍ରମୁଖ ଯୋଗ ଦେଇଥିଲେ। 

ବାଲିମେଳା ଛକ ସ୍ଥିତ ଶିବ ମନ୍ଦିର ଠାରୁ ପ୍ରଥମେ ଏକ ବାଇକ ରାଲି ବାହାରିଥିଲା। ଜିଲ୍ଲାର ସମସ୍ତ ବ୍ଲକରୁ ଶତାଧିକ ଯୁବକ ଏହି ରାଲି ରେ ଯୋଗ ଦେଇଥିଲେ।ସହର ସ୍ଥିତ ଟାଉନ ହଲ ଠାରେ ଏକ ବିରାଟ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଯୁବ କଂଗ୍ରେସ ଅଧିକାର ସମାବେଶ ର ଏହି କାର୍ଯ୍ୟକ୍ରମରେ ଏକ ହଜାର ରୁ ଉର୍ଦ୍ଧ୍ବ ଯୁବକ ଯୋଗ ଦେଇଥିଲେ।

ଚିତ୍ରକୋଣ୍ଡା ବିଧାୟକ ଶ୍ରୀ ଖିଲ ନିଜ ଅଭିଭାଷଣରେ ଯୁବ ଶକ୍ତି ଯଦି ଜାଗ୍ରତ ହୁଏ ତାହେଲେ ଅଗାମୀ ଦିନରେ ନିଶ୍ଚୟ ଓଡିଶାରେ କଂଗ୍ରେସ ସରକାର ଗଢ଼ିବ ବୋଲି ମନ୍ତବ୍ୟ ଦେଇଥିଲେ। ଆଜିର ଏହି ଯୁବ ଅଧିକାର ସମାବେଶରେ ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେଡି କର୍ମୀ କଂଗ୍ରେସରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ନେତା ମାନଙ୍କ ମଧ୍ୟରେ ପୂର୍ବତନ ଜିଲ୍ଲା କଂଗ୍ରେସ ସଭାପତି ଗୋବିନ୍ଦ ପାତ୍ର, ବାଲିମେଳା ନଗର କଂଗ୍ରେସ ସଭାପତି ସୁରେଶ ଖୋସଲା, ଯୁବ କଂଗ୍ରେସ ନେତା ମନୋଜ ନାୟକ, ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ ଯୁବ କଂଗ୍ରେସ ସଭାପତି ବେଣୁ ହନ୍ତାଳ, ମାଲକାନଗିରି ନିର୍ବାଚନ ମଣ୍ଡଳୀ ଯୁବ କଂଗ୍ରେସ ସଭାପତି ସୁନୀଲ ସେଠୀ, କୋରୁକୋଣ୍ଡା ବିଧାୟକ ପ୍ରତିନିଧି ବିନାୟକ ପାତ୍ର, ଚିତ୍ରକୋଣ୍ଡା ବିଧାୟକ ପ୍ରତିନିଧି ବିଦେଶୀ ଗୌଡ଼ ପ୍ରମୁଖ ଉପସ୍ଥିତ ଥିଲେ। ମଞ୍ଚ ପରିଚାଳନା ସହ ସମଗ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଯୁବ କଂଗ୍ରେସ ନେତା ଇସାକ ଖୋସଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.