ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ବାଲେଶ୍ବର ଛାତ୍ରୀ ଆତ୍ମାହୁତି ଘଟଣାରେ କଂଗ୍ରେସର କନ୍ଧମାଳ ଜିଲ୍ଲା ବନ୍ଦ ଡାକରା

Published By : Suraj Kumar | July 15, 2025 4:21 PM

ଫୁଲବାଣୀ,୧୫/୭: ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଘଟଣାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି କନ୍ଧମାଳ ଜିଲ୍ଲା କଂଗ୍ରେସ। ଏହାର ପ୍ରତିବାଦରେ ଆସନ୍ତା ୧୭ ତାରିଖ ଗୁରୁବାର  କନ୍ଧମାଳ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି।

ରାଜ୍ୟରେ ନାରୀ ନିର୍ଯାତନା ସୀମା ଅତିକ୍ରମ କରିଛି। ଏଭଳି ଘଟଣା ସାରା ଦେଶରେ ଓଡିଶାକୁ ନିନ୍ଦିତ କରିଛି ବୋଲି ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ଜିଲ୍ଲା କଂଗ୍ରେସ ସଂଯୋଜକ ଚନ୍ଦ୍ର ଶେଖର ପରିଡା। ଏହି ପରିପ୍ରେକ୍ଷୀରେ ରାଜ୍ୟ ସଭାପତି ଭକ୍ତ ଚରଣ ଦାସଙ୍କ ପରାମର୍ଶ କ୍ରମେ ଆସନ୍ତା ୧୭ ତାରିଖରେ ଦଳ ପକ୍ଷରୁ ଜିଲ୍ଲା ବନ୍ଦ ଡାକରା ଦିଆଯାଇଥିବା ସେ ସୂଚନା ଦେଇଛନ୍ତି। ଏଥିରେ ସହଯୋଗ କରିବା ପାଇଁ ସେ ସମସ୍ତ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ, ବସ,ଟ୍ରକ, ଅଟୋ ରିକ୍ସା, ଟ୍ୟାକ୍ସି ଆସୋସିଏସନ, ବଣିକ ସଂଘ ଓ ନାଗରିକ ସମାଜର କର୍ମକର୍ତ୍ତାମାନଙ୍କୁ ନିବେଦନ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.