ପ୍ରମୂଖ ଖବର
  • ଭଦ୍ରକ : ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ବାଇକ୍, ୨ ଯୁବକ ମୃତ
  • ||
  • ଦିଗପହଣ୍ଡିରେ ଟ୍ରାକ୍ଟର-ସ୍କୁଲ ବସ୍ ମୁହାଁମୁହିଁ ଧକ୍କା: ୫ ଛାତ୍ର ଆହତ, ଚାପି ହୋଇ ରହିଗଲେ ବସ୍‌ ଚାଳକ
  • ||
  • ବୁଧବାର ମହାଖଳାରେ ରୁକୁଣା କାଠ ଅନୁକୂଳ ପୂଜା, ରଥ ନିର୍ମାଣରେ ନିୟୋଜିତ ହେବେ ୭୦ ଜଣ କାରିଗର
  • ||
  • ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ଆଜି ହାଇକୋର୍ଟରେ ହେବ ଶୁଣାଣି
  • ||
  • ଆସିଲା ଡଲଫିନ୍ ଗଣନା ରିପୋର୍ଟ: ଶୀର୍ଷରେ ରାଜନଗର, ଦ୍ୱିତୀୟରେ ଚିଲିକା
  • ||
  • ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,୨୪ରେ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ କରିବେ ଦର୍ଶନ
  • ||
  • ଷ୍ଟିଲ୍‌ ସିଟିରେ ଗର୍ଜିଲା ପୋଲିସର ବନ୍ଧୁକ, ଏନ୍‌କାଉଣ୍ଟରରେ ଘାଇଲା ହେଲା ଦୁର୍ଦ୍ଦାନ୍ତ ଅପରାଧି ବିୟୁସ ଲାଖୁଆ
  • ||
  • ରାଜ୍ୟରେ ଆହୁରି ୩ ଦିନ କଲବଲ କରିବ ତାତି, ୪୦ ଟପିବ ତାପମାତ୍ରା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

କଂଗ୍ରେସ ବିଧାୟକ ତାରା ବାହିନୀପତି ବିଧାନସଭାରୁ ନିଲମ୍ବିତ

Published By : Prameya | March 11, 2025 6:14 PM

ଭୁବନେଶ୍ବର,୧୧।୩ :  କଂଗ୍ରେସ  ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାରୁ ନିଲମ୍ବିତ।  ୭ ଦିନ ପାଇଁ ଗୃହରୁ ତାରା ପ୍ରସାଦଙ୍କୁ ବାଚସ୍ପତି ନିଲମ୍ବିତ କରିଛନ୍ତି। ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ ତାଙ୍କୁ ନିଲମ୍ବନ କରାଯାଇଛି। ତାରାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ କଂଗ୍ରେସ ପକ୍ଷରୁ  ପ୍ରତିବାଦ କରାଯାଇଛି। କଂଗ୍ରେସ ବିଧାୟକମାନେ ମୁହଁରେ କଳାପଟି ବାନ୍ଧି ଗୃହ ମଧ୍ୟ ଭାଗରେ ଧାରଣା ଦେଇଛନ୍ତି।  

ଗୃହରୁ ନିଲମ୍ବିତ ହେବା ପରେ କଂଗ୍ରେସ ବିଧାୟକ ତାରା ବାହିନୀପତି ପ୍ରତିକ୍ରିୟା ରଖି କହିଛନ୍ତି, କାର୍ଯ୍ୟାନୁଷ୍ଠାନ ବିରୋଧରେ ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ବସି ରାତି ସାରା ପ୍ରତିବାଦ କରିବୁ । ଗଣତନ୍ତ୍ରକୁ ହତ୍ୟା କରାଯାଇଛି । ମୁଁ ସରକାରଙ୍କ ବିରୋଧରେ କହୁଛି ବୋଲି ସେମାନେ ଡରୁଛନ୍ତି ।

ବିଧାନସଭା ଗୃହ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ଦଳ କଂଗ୍ରେସ ଓ ବିଜେଡି ପ୍ରବଳ ହୋହାଲ୍ଲା କରିଥିଲେ। ନାରୀ ନିର୍ଯାତନା ପ୍ରସଙ୍ଗକୁ ନେଇ  କଂଗ୍ରେସ ବିଧାୟକମାନେ ଗୃହ ବାହାରେ ପ୍ରଥମେ ପ୍ଲାକାର୍ଡ ଦେଖାଇ ବସିଥିଲେ।  ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଗୃହରେ ନାରାବାଜି କରିଥିଲେ। ବାଚସ୍ପତିଙ୍କ ପୋଡିୟମ ଉପରକୁ ବିରୋଧୀ ଦଳର ସଦସ୍ୟମାନେ ଚଢିବାକୁ ଚେଷ୍ଟା କରିଥିଲେ। ରିପୋର୍ଟରଙ୍କ ଟେବୁଲ ଉପରେ ଚଢି ବିରୋଧୀ ଦଳ ପ୍ରତିବାଦ କରିଥିଲେ। ବିଧାନସଭା ରିପୋର୍ଟର ଟେବୁଲ ଉପରେ ଛିଡ଼ା ହୋଇ ପ୍ରତିବାଦ କରିଥିଲେ। ରିପୋର୍ଟିଂ ଟେବୁଲର ହେଡଫୋନ ଉପାଡି ଦେଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.