ପ୍ରମୂଖ ଖବର
  • ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି
  • ||
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

ରାଷ୍ଟ୍ରପତିଙ୍କ ଅଭିଭାଷଣ ସମୟରେ ମୋଦିଙ୍କୁ ୭୩ ଥର ଓ ରାହୁଲଙ୍କୁ ୬ ଥର ଦେଖାଗଲା, ସରକାରଙ୍କ ଉପରେ ବର୍ଷିଲା ବିରୋଧି

ନୂଆଦିଲ୍ଲୀ,୨୭।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସଂସଦର ଉଭୟ ସଦନକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ, ସେ ୧୯୭୫ ରେ ଲାଗୁ ହୋଇଥିବା ଜରୁରୀକାଳୀନ ସ୍ଥିତିକୁ ସମ୍ବିଧାନ ଉପରେ ସିଧାସଳଖ ଆକ୍ରମଣ ଏବଂ ଏକ ଅନ୍ଧକାର ଅଧ୍ୟାୟ ବୋଲି କହିଥିଲେ।   ତେବେ ରାଷ୍ଟ୍ରପତିଙ୍କ ସମ୍ବୋଧନ ସମୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ବାରମ୍ବାର ସଂସଦ ଟିଭିରେ ଦେଖାଯାଉଥିବା ନେଇ କଂଗ୍ରେସ ପ୍ରତିକ୍ରିୟା ରଖିଛି।

କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ ସରକାରଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ରାଷ୍ଟ୍ରପତି ମୁର୍ମୁ ସଂସଦକୁ ସମ୍ବୋଧିତ କରିବା ସମୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ୭୩ ଥର ଏବଂ ବିରୋଧୀଦଳ ନେତା ରାହୁଲ ଗାନ୍ଧୀଙ୍କୁ ମାତ୍ର ୬ ଥର ଦେଖାଯାଇଛି।

ଜୟରାମ ରମେଶ ‘ଏକ୍ସ’ ରେ ପୋଷ୍ଟ କରି ଲେଖିଛନ୍ତି, ୫୧ ମିନିଟର ରାଷ୍ଟ୍ରପତିଙ୍କ ଅଭିଭାଷଣରେ କେତେଥର କାହାକୁ ଦେଖାଯାଇଥିଲା?  ନରେନ୍ଦ୍ର ମୋଦୀଙ୍କୁ ୭୩ ଥର ଏବଂ ବିରୋଧୀଦଳର ନେତା ରାହୁଲ ଗାନ୍ଧୀଙ୍କୁ ୬ଥର ଦେଖାଯାଇଥିଲା। ଏଭଳି ଭାବରେ ସରକାରଙ୍କୁ ୧୦୮ଥର ଏବଂ ବିରୋଧୀଙ୍କୁ ୧୮ ଥର ଦେଖାଯାଇଛି। ସଂସଦର ଟିଭି ଗୃହର କାର୍ଯ୍ୟ ଦେଖାଇବା ପାଇଁ ରହିଛି,  କ୍ୟାମେରାଜୀବିଙ୍କ ଆତ୍ମମୁଗ୍ଧତା ପାଇଁ ନୁହେଁ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.