ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

କଂଗ୍ରେସର ପ୍ରେସମିଟ୍, ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ପିସିସି ସଭାପତି ଭକ୍ତ ଚରଣ ଦାସ

Published By : Prameya | June 16, 2025 3:30 PM

ଭୁବନେଶ୍ୱର, ୧୬/୬ : ସୋମବାର ଦିଲ୍ଲୀ AICC  ମୁଖ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ପିସିସି ସଭାପତି।  ଓଡ଼ିଶାର ଭୋଟର ଏବଂ ଜନସାଧାରଣଙ୍କୁ ପ୍ରତାରଣା କରିଛନ୍ତି କହି ଉଭୟ ରାଜ୍ୟ ଓ କେନ୍ଦ୍ର ବିଜେପି ସରକାର ଉପରେ ବର୍ଷିଲେ ଭକ୍ତ ଚରଣ ଦାସ। 

ଏହି ସମୟରେ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ କହିଛନ୍ତି ଯେ, ବିଜେପି ସରକାରର ଏକ ବର୍ଷ ପ୍ରତାରଣା ପୂର୍ଣ୍ଣ ଥିଲା। କଂଗ୍ରେସ ଅଭିଯୋଗ ଆଣିଛି ଯେ, ଉଭୟ କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାର ଓଡ଼ିଶାର ଭୋଟର ଓ ଜନସାଧାରଣଙ୍କୁ ଧୋକା ଦେଇଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ କୋରାପୁଟ ସାଂସଦ ସପ୍ତଗିରି ଉଲାକା, ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲୁ ଏବଂ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.