ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଜାମ୍ମୁକାଶ୍ମୀର ନିର୍ବାଚନ: କଂଗ୍ରେସର ନୂଆ ଷ୍ଟାର ପ୍ରଚାରକ ତାଲିକା ଜାରି, ଆମେଥି ସାଂସଦ ସାମିଲ

Image Courtesy: gujaratsamachar

ନୂଆଦିଲ୍ଲୀ: ଜାମ୍ମୁକାଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଜୋରଦାର ପ୍ରସ୍ତୁତି ଚଳାଇଛି । ରାଜ୍ୟରେ ନିର୍ବାଚନ ପ୍ରଚାର ଆରମ୍ଭ କରିସାରିଛି ଦଳ । ନିର୍ବାଚନ ଲାଗି ଦଳ ଆଉ ଏକ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଏହି ତାଲିକାରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସମେତ ୪୦ ନେତାଙ୍କ ନାମ ସାମିଲ ରହିଛି । 

 କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକାରେ ଆମେଥି ସାଂସଦ କିଶୋରୀ ଲାଲ ଶର୍ମାଙ୍କ ନାମ ମଧ୍ୟ ସାମିଲ ଅଛି । ଲୋକସଭା ନିର୍ବାଚନରେ ବିଜୟୀ ହେବା ପରେ ଦଳରେ ତାଙ୍କର ପତିଆରା ବୃଦ୍ଧି ପାଇଛି । ଜାମ୍ମୁକାଶ୍ମୀର ନିର୍ବାଚନ ଲାଗି କଂଗ୍ରେସର ଷ୍ଟାର ପ୍ରଚାରକଙ୍କ ମଧ୍ୟରେ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁ, ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚଇନି, ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କୁ ମଧ୍ୟ ସ୍ଥାନ ମିଳିଛି । 

 ଏହା ବ୍ୟତୀତ କଂଗ୍ରେସର ସାଧାରଣ ସଂପାଦକ କେସି ବେଣୁଗୋପାଳଙ୍କ ଦ୍ବାରା ଜାରି ଏହି ତାଲିକାରେ ଜୟରାମ ରମେଶ, ଅମ୍ବିକା ସୋନୀ, ଅଜୟ ମାକନ, ସଲମାନ ଖୁର୍ସିଦ ଏବଂ କହ୍ନେୟା କୁମାରଙ୍କୁ ସାମିଲ କରାଯାଇଛି । ଜାମ୍ମୁକାଶ୍ମୀରରେ ପ୍ରଥମ ଚରଣ ନିର୍ବାଚନ ସେପ୍ଟେମ୍ବର ୧୮ରେ ହେବ । ପ୍ରଥମ ଚରଣ ନିର୍ବାଚନ ଲାଗି ଗୁରୁବାର ୪୦ ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କରିଥିଲା କଂଗ୍ରେସ ।

 ଜାମ୍ମୁକାଶ୍ମୀର ବିଧାନସଭା ନିର୍ବାଚନ ୩ଟି ପର୍ଯ୍ୟାୟ ସେପ୍ଟେମ୍ବର ୧୮, ସେପ୍ଟେମ୍ବର ୨୫ ଏବଂ ଅକ୍ଟୋବର ୧ରେ ଅନୁଷ୍ଠିତ ହେବ । ଅକ୍ଟୋବର ୮ରେ ଫଳାଫଳ ପ୍ରକାଶ ପାଇବ । ଏହି ନିର୍ବାଚନରେ କଂଗ୍ରେସ ଫାରୁଖ ଅବଦୁଲ୍ଲାଙ୍କ ଦଳ ନ୍ୟାସନାଲ୍‌ କନଫରେନ୍ସ ସହ ମେଣ୍ଟ କରିଛି । ଜାମ୍ମୁକାଶ୍ମୀରରେ ୨୦୧୪ ପରେ ପ୍ରଥମ ଥର ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଆଉ ଏହି ନିର୍ବାଚନ ଲାଗି ଉଭୟ ଜାତୀୟ ଏବଂ ଆଞ୍ଚଳିକ ଦଳ ଜୋର ଲଗାଇ ଦେଇଛନ୍ତି । 
 

 

  • Jammu Kashmir
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.