ପ୍ରମୂଖ ଖବର
  • ଯାଜପୁର : ଋଣ ଭାର ସହି ନପାରି ଜୀବନ ହାରିଲେ ଦମ୍ପତି, ପୋଲିସର ତଦନ୍ତ ଆରମ୍ଭ
  • ||
  • ଖଣ୍ଡଗିରି କୁମ୍ଭମେଳାରେ ଅଶ୍ଳୀଳ ନୃତ୍ୟକୁ ବିରୋଧ, ଠେଙ୍ଗା ପୂଜା କଲେ ଏକାମ୍ର ବିଧାୟକ
  • ||
  • ଲୁଟ୍‌ ଘଟଣାରେ ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା: କହିଲେ ରାତି ହେଲେ ଛାତି ଥରୁଛି
  • ||
  • ଦାରିଙ୍ଗବାଡ଼ି : ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ,୨ ଗୁରୁତର
  • ||
  • ଭୁବନେଶ୍ୱର : ଷ୍ଟାର୍ ହୋଟେଲ୍ ବାହାଘରରୁ ଚୋରି, ନଗଦ ୨.୫ ଲକ୍ଷ ସହ ସବୁ ଗହଣା ନେଇଗଲେ ୨ ଲୁଟେରା
  • ||
  • ମାନସିକ ରୋଗୀ ନିର୍ଯାତନା ଘଟଣା: ‘ସମର୍ଥ’ ସମ୍ପାଦକ ହରିଶ୍ଚନ୍ଦ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିବ ପୁଲିସ
  • ||
  • ୮ ଘଣ୍ଟିଆ ବିନିକା ବନ୍ଦ ଡାକରା, ବିନିକା ସଚେତନ ନାଗରିକ ମଞ୍ଚ ତରଫରୁ ବନ୍ଦ ପାଳନ
  • ||
  • ଧୂର୍ତ୍ତ ଯୋଡି ହଂସିତା-ଅନୀଲଙ୍କ ବଢ଼ିଲା ଅଡୁଆ, ଆଜି ଜେଲ୍‌ରେ ଜେରା କରିବ ଆୟକର ବିଭାଗ
  • ||
  • ଭୁବନେଶ୍ୱର : ରେଣ୍ଟାଲ୍ କଲୋନୀରେ ଜଳିଗଲା କାର୍‌, କାରଣ ଅସ୍ପଷ୍ଟ
  • ||
  • କୋଣାର୍କରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୩ ଉଠା ଦୋକାନ
  • ||
  • ଫେବ୍ରୁଆରୀ ଆରମ୍ଭରୁ ଅସମ୍ଭାଳ ତାତି: ପ୍ରଥମ ଥର ୩୬ ଡିଗ୍ରୀ ପାର୍ କଲା ପାରଦ, ୫ ସହର ୩୫ ଡିଗ୍ରୀ ଉପରେ
  • ||
  • ଜଳେଶ୍ୱର : କଣ୍ଟେନରକୁ ଧକ୍କାଦେଲା କଣ୍ଟେନର, ଡ୍ରାଇଭର ଗୁରୁତର
  • ||

କଣ୍ଟେନରକୁ ଧକ୍କାଦେଲା କଣ୍ଟେନର, ଡ୍ରାଇଭର ଗୁରୁତର

Published By : Harapriya Sethi | February 3, 2025 7:25 AM

ଜଳେଶ୍ୱର,୦୩/୦୨: ଘନ କୁହୁଡି ପାଇଁ ପାର୍ଶଲ୍ ବୋଝେଇ କଣ୍ଟେନରକୁ ପଛପଟୁ ଧକ୍କାଦେଲା ଆଉ ଏକ କଣ୍ଟେନର । ଅଗ୍ନିଶମ ବିଭାଗର ପ୍ରାୟ ଦୁଇ ଘଣ୍ଟାର ପରିଶ୍ରମ ପରେ କ୍ୟାବିନରେ ଚାପି ହୋଇଥିବା ଡ୍ରାଇଭରଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇଛି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ ନମ୍ୱର ଜାତୀୟ ରାଜପଥରେ ଏଭଳି ଘଟଣା ଘଟିଛି । 

କୋଣାର୍କରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୩ ଉଠା ଦୋକାନ

ସୂଚନା ମୁତାବକ, ଏନ୍‌ଏଚ୍‌ ୬୦ ବାଲେଶ୍ୱରରୁ ଖଡକପୁର ମରାମତି ହେଉଥିବାରୁ ଆମ୍ବଳିଅଠା ବାଇପାସ୍ ନିକଟରେ ଡାଇଭର୍ଜନ ରହିଛି । ତେଣୁ ବାଲେଶ୍ୱର ପଟୁ ଖଡଗପୁର ଅଭିମୁଖେ ଯାଉଥିବା ପାର୍ଶଲ୍ ବୋଝେଇ କଣ୍ଟେନରଟି ସେଠାରେ ସ୍ଲୋ ହୋଇଥିଲା । ସେଠାରେ ଘନ କୁହୁଡି ଯୋଗୁଁ ଆଉ ଏକ କଣ୍ଟେନରଟି ପାର୍ଶଲ୍ ବୋଝେଇ କଣ୍ଟେନରକୁ ପଛପଟୁ ଧକ୍କା ଦେଇଥିଲା । ଭାରସାମ୍ୟ ହରାଇ ପାର୍ଶଲ ବୋଝେଇ କଣ୍ଟେନରଟି ଏନ୍‌ଏଚ୍‌ କଡକୁ ଖସି ପଡିଥିଲା । ଫଳରେ ଗାଡ଼ିର ଡ୍ରାଇଭର କ୍ୟାବିନରେ ଚାପି ହୋଇ ରହିଥିଲେ । ଏହା ଦେଖି ସ୍ଥାନୀୟଲୋକ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଜଳେଶ୍ୱର ଅଗ୍ନିଶମ ବାହିନୀ ପହଞ୍ଚି ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜଳେଶ୍ୱର ହସ୍ପିଟାଲକୁ ପଠାଇଥିବା ବେଳେ ଘଟଣା ସ୍ଥଳରେ ଜଳେଶ୍ୱର ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.