ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

ଶୁକ୍ରବାର ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ, ୨୦୨୫-୨୬ ଚିଠା ବଜେଟରେ ବାଜିବ ମୋହର

Published By : Prameya | February 7, 2025 8:20 AM

ଭୁବନେଶ୍ୱର,୦୭/୦୨:  ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଓ  ମନ୍ତ୍ରୀ ପରିଷଦର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଲୋକସେବା ଭବନରେ ବସିବ । ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ମନ୍ତ୍ରୀ ପରିଷଦ ବୈଠକରେ ବିଧାନସଭାରେ ଉପସ୍ଥାପିତ ହେବାକୁ ଥିବା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟକୁ  ଅନୁମୋଦନ ମିଳିବ ବୋଲି  ସୂଚନା ମିଳିଛି ।

ଏହାପରେ  କ୍ୟାବିନେଟ୍‌ ବୈଠକ ବସିବ ।  ରାଜ୍ୟ ସ୍ୱାର୍ଥ ସମ୍ବଳିତ କିଛି ପ୍ରସଙ୍ଗରେ ଆଲୋଚନା  ହେବା ପରେ କ୍ୟାବିନେଟ୍‌ ତାକୁ ଅନୁମୋଦନ କରିବ ।  ନିର୍ଦ୍ଦିଷ୍ଟ ଏଜେଣ୍ଡା ସମ୍ପର୍କରେ ସୂଚନା ମିଳିନି । ଅପରାହ୍ନ  ୫ଟାରେ ବୈଠକ ବସିବାକୁ ଧାର୍ଯ୍ୟ ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.