ମାହାଙ୍ଗା,୧୦/୦୮: ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ଦମ୍ପତି । ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି । ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଥିବା ବେଳେ ବାଲିଚନ୍ଦ୍ରପୁର ଥାନା ପତରାଜପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି ।
ସୂଚନା ମୁତାବକ, ପତରାଜପୁର ଗ୍ରାମର ଭରତ ବେହେରା, କନକଲତା ବେହେରା ଉଭୟ ସ୍ୱାମୀ-ସ୍ତ୍ରୀ ବିଷ ପିଇ ଦେଇଥିଲେ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ମାହାଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସ୍ବାମୀ-ସ୍ତ୍ରୀଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେଠାରେ ଉଭୟଙ୍କ ଚିକିତ୍ସା ଜାରି ରହିଛି । ତେବେ ଉଭୟ ବିଷ ପିଇବାର କାରଣ ଅସ୍ପଷ୍ଟ ରହିଛି ।