ପ୍ରମୂଖ ଖବର
  • ସମ୍ବଲପୁର : ଲୁହା ଖଣ୍ଡ ପଡି ବୁଢାରାଜା ୟୁପି ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଅକ୍ଟୋବର ୨ ରୁ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ, ୧୪୭ ନିର୍ବାଚନ ମଣ୍ଡଳୀରେ ହେବ ପଦଯାତ୍ରା
  • ||
  • ଇସ୍ତଫା ଦେଲେ କର୍ଣ୍ଣାଟକର ମନ୍ତ୍ରୀ କେ.ଏନ. ରାଜନ୍ନା
  • ||
  • ମୟୂରଭଞ୍ଜ : ବାଇକ୍‌ ଦୁର୍ଘଣାରେ ୨ମୃତ, ଦୁଇ ଗୁରୁତର
  • ||
  • ବରଗଡ଼: ଫୁଟବଲ୍‌ ପଡ଼ିଆରୁ ନାବାଳିକା ଜଳିଯିବା ଘଟଣା , ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ମେଡିକାଲରେ ଚାଲିଗଲା ଜୀବନ
  • ||
  • ସିବିଏସ୍‌ଇର ନୂଆ ନିୟମ; ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ନବମ ଶ୍ରେଣୀରେ ଲାଗୁ ହେବ
  • ||
  • ଭୁବନେଶ୍ୱର : ଦୟା ୱେଷ୍ଟ କୋନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ସଂସଦରେ ଉପସ୍ଥାପନ ହେବ ସଂଶୋଧିତ ଆୟକର ବିଲ୍, ଆଜି ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ସୋମବାରଠୁ ଭାରତ-ପାକିସ୍ତାନ ସମରାଭ୍ୟାସ, ପହଲଗାମ ହମଲା ଓ ଅପରେସନ ସିନ୍ଦୂର ପରେ ଉଭୟ ଦେଶ ଦେଖାଇବେ ଦମ୍
  • ||
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

କହିଁକି ଝୁଲିପଡ଼ିଲେ ନିଃସନ୍ତାନ ଦମ୍ପତି ? ଘର ଭିତରେ ସ୍ତ୍ରୀ, ତେନ୍ତୁଳି ଗଛରେ ଫାଶି ଲଗାଇଲେ ସ୍ଵାମୀ

Published By : Rasmita Pradhan | August 5, 2025 2:51 PM

ଉମରକୋଟ, ୦୫/୦୮: ଝୁଲି ପଡ଼ିଲେ ନିଃସନ୍ତାନ ଦମ୍ପତି। ଘର ଭିତରେ ଝୁଲୁଛନ୍ତି ସ୍ତ୍ରୀ, ଘର ବାହାରେ ତେନ୍ତୁଳି ଗଛରେ ଝୁଲୁଛି ସ୍ଵାମୀଙ୍କ ଶବ। ନବରଙ୍ଗପୁର ଝରିଗାଁ ବ୍ଲକ ଉମରକୋଟ ଥାନା ସାନଭୀମାଗୁଡା ଗାଁରେ ଦେଖିବାକୁ ମିଳିଛି ଏଭଳି ହୃଦୟବିଦାରକ ଦୃଶ୍ୟ। ମୃତକ ଦୁଇ ଜଣ ହେଲେ ଉକ୍ତ ଗାଁର ସୁତମ ଭତରା (୩୨ ବର୍ଷ) ଓ ଫୁଲମଣି ଭତରା (୨୭ ବର୍ଷ)। 

ସୂଚନାନୁଯାୟୀ, ସୋମବାର ରାତିରେ ସୁତମ ଓ ଫୁଲମଣି ଖାଇପିଇ ଶୋଇବାକୁ ଯାଇଥିଲେ। ମଙ୍ଗଳବାର ସକାଳେ ପରିବାର ଲୋକେ ଘର ଭିତରେ ଲୁହା ପାଇପରେ ଫୁଲମଣିଙ୍କ ଝୁଲନ୍ତା ମୃତଦେହ ଦେଖିଥିଲେ। ଏହାପରେ ଘର ନିକଟରେ ଥିବା ଏକ ତେନ୍ତୁଳି ଗଛରେ ସୁତମଙ୍କ ମୃତଦେହ ଝୁଲୁଥିବା ଦେଖିଥିଲେ। ଏନେଇ ପରିବାର ଲୋକେ ଉମରକୋଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହାପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ସୁତମ ଓ ଫୁଲମଣି ଗତ ୧୦ ବର୍ଷ ତଳେ ବିବାହ କରିଥିଲେ। ସେମାନଙ୍କର କୌଣସି ସନ୍ତାନ ସନ୍ତତି ନଥିଲା। ଏହି ନିଃସନ୍ତାନ ଦମ୍ପତିଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି।


 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.