ପ୍ରମୂଖ ଖବର
  • ଯାଜପୁର : ଋଣ ଭାର ସହି ନପାରି ଜୀବନ ହାରିଲେ ଦମ୍ପତି, ପୋଲିସର ତଦନ୍ତ ଆରମ୍ଭ
  • ||
  • ଖଣ୍ଡଗିରି କୁମ୍ଭମେଳାରେ ଅଶ୍ଳୀଳ ନୃତ୍ୟକୁ ବିରୋଧ, ଠେଙ୍ଗା ପୂଜା କଲେ ଏକାମ୍ର ବିଧାୟକ
  • ||
  • ଲୁଟ୍‌ ଘଟଣାରେ ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା: କହିଲେ ରାତି ହେଲେ ଛାତି ଥରୁଛି
  • ||
  • ଦାରିଙ୍ଗବାଡ଼ି : ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ,୨ ଗୁରୁତର
  • ||
  • ଭୁବନେଶ୍ୱର : ଷ୍ଟାର୍ ହୋଟେଲ୍ ବାହାଘରରୁ ଚୋରି, ନଗଦ ୨.୫ ଲକ୍ଷ ସହ ସବୁ ଗହଣା ନେଇଗଲେ ୨ ଲୁଟେରା
  • ||
  • ମାନସିକ ରୋଗୀ ନିର୍ଯାତନା ଘଟଣା: ‘ସମର୍ଥ’ ସମ୍ପାଦକ ହରିଶ୍ଚନ୍ଦ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିବ ପୁଲିସ
  • ||
  • ୮ ଘଣ୍ଟିଆ ବିନିକା ବନ୍ଦ ଡାକରା, ବିନିକା ସଚେତନ ନାଗରିକ ମଞ୍ଚ ତରଫରୁ ବନ୍ଦ ପାଳନ
  • ||
  • ଧୂର୍ତ୍ତ ଯୋଡି ହଂସିତା-ଅନୀଲଙ୍କ ବଢ଼ିଲା ଅଡୁଆ, ଆଜି ଜେଲ୍‌ରେ ଜେରା କରିବ ଆୟକର ବିଭାଗ
  • ||
  • ଭୁବନେଶ୍ୱର : ରେଣ୍ଟାଲ୍ କଲୋନୀରେ ଜଳିଗଲା କାର୍‌, କାରଣ ଅସ୍ପଷ୍ଟ
  • ||
  • କୋଣାର୍କରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୩ ଉଠା ଦୋକାନ
  • ||
  • ଫେବ୍ରୁଆରୀ ଆରମ୍ଭରୁ ଅସମ୍ଭାଳ ତାତି: ପ୍ରଥମ ଥର ୩୬ ଡିଗ୍ରୀ ପାର୍ କଲା ପାରଦ, ୫ ସହର ୩୫ ଡିଗ୍ରୀ ଉପରେ
  • ||
  • ଜଳେଶ୍ୱର : କଣ୍ଟେନରକୁ ଧକ୍କାଦେଲା କଣ୍ଟେନର, ଡ୍ରାଇଭର ଗୁରୁତର
  • ||

ଋଣ ଭାର ସହି ନପାରି ଜୀବନ ହାରିଲେ ଦମ୍ପତି, ପୋଲିସର ତଦନ୍ତ ଆରମ୍ଭ

Published By : Harapriya Sethi | February 3, 2025 2:56 PM

ବ୍ରହ୍ମବରଦା,୦୩/୦୨: ବେକରେ ରଶି ଲଗାଇ ଫ୍ୟାନ୍‌ରେ ଝୁଲି ପଡିଲେ ଦମ୍ପତି । ମୃତକ ବିଜୟ ରାଉତ (୬୦) ଓ ତାଙ୍କ ସ୍ତ୍ରୀ ପଦ୍ମିନୀ (୫୫) ବୋଲି ଜଣା ପଡ଼ିଛି । ଯାଜପୁର ଜିଲ୍ଲା ବ୍ରହ୍ମବରଦା ଥାନା ଅର୍ଥଙ୍ଗା ପଞ୍ଚାୟତ କୋଠା ସାହି ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି । 

ସୂଚନା ମୁତାବକ, ବେଙ୍ଗାଲୁରୁରେ ରହୁଥିବା ବିଜୟଙ୍କ ପୁଅ ଆଜି ସକାଳୁ ଘରକୁ ଫୋନ୍‌ କରିଥିଲେ । କେହି ଫୋନ ନଉଠାଇବାରୁ ସାଙ୍ଗ ସୋମନାଥକୁ ଘରକୁ ଯିବା ପାଇଁ କହିଥିଲେ। ସେଠାରେ ଯାଇ ଠାକୁର ଘରେ ଦୁହିଁଙ୍କର ମୃତଦେହ ଝୁଲୁଥିବାର ଦେଖିବାକୁ ପାଇଥିଲେ। ସଙ୍ଗେ ସଙ୍ଗେ ଖବର ପାଇବା ପରେ ଗାଁ ଲୋକେ ଉକ୍ତ ସ୍ଥାନରେ ରୁଣ୍ଡ ହୋଇଯାଇଥିଲେ । ଖବର ପାଇ ବ୍ରହ୍ମବରଦା ପୋଲିସ ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ ଆରମ୍ଭ କରିଛି । ତେବେ ଘରର କାନ୍ଥରେ ତିନି ଭଉଣୀଙ୍କ ପାଇଁ ଜୀବନ ହାରିଲେ ବୋଲି ଲେଖା ଯାଇଥିବା ଦେଖିବାକୁ ମିଳିଛି । କୌଣସି ଚାପ କିମ୍ବା ମାନସିକ ଭାରସାମ୍ୟ ହରାଇ ଦୁହେଁ ଏଭଳି ପଦକ୍ଷେପ ନେଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.