ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ସ୍ବାତୀ ମାଲିଓ୍ବାଲଙ୍କୁ ମାଡ଼ ମାମଲା, ଜୁନ୍ ୨୨ ଯାଏଁ ବଢ଼ିଲା ବିଭବ କୁମାରଙ୍କ ହାଜତ ମିଆଦ

Image Courtesy: indiatoday

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ସ୍ବାତୀ ମାଲିଓ୍ବାଲଙ୍କୁ ମାଡ଼ ମାରିବା ଅଭିଯୋଗରେ ଜେଲରେ ଥିବା ବିଭବ କୁମାରଙ୍କ ଅଡ଼ୁଆ ବଢ଼ିଲା । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ପୂର୍ବତନ ସହଯୋଗୀ ବିଭବ କୁମାରଙ୍କ ହାଜତ ମିଆଦ ଜୁନ୍‌ ୨୨କୁ ବୃଦ୍ଧି କରିଛନ୍ତି ଦିଲ୍ଲୀର ଏକ କୋର୍ଟ । ମେ’ ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାସଭବରେ ସ୍ବାତୀ ମାଲିଓ୍ବାଲଙ୍କୁ ବିଭବ କୁମାର ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା । ଦିଲ୍ଳୀ ମହିଳା କମିଶନର ପୂର୍ବତନ ଅଧ୍ୟକ୍ଷା ସ୍ବାତୀଙ୍କ ଅଭିଯୋଗ ଆଧାରରେ ବିଭବ କୁମାରଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଥିଲା ।

 ଆଜି ବିଭବ କୁମାର ଭିଡିଓ କନଫରେନ୍ସିଂ ଜରିଆରେ ଦିଲ୍ଲୀର ମେଟ୍ରୋପଲିଟାନ୍‌ ମାଜିଷ୍ଟ୍ରେଟ୍‌ଙ୍କ ସମ୍ମୁଖରେ ହାଜର ହୋଇଥିଲେ । କୋର୍ଟ ତାଙ୍କୁ ଜୁନ୍‌ ୨୨ରେ ପୁଣି ଥରେ ହାଜର କରାଇବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ମେ ୧୮ରେ ପୋଲିସ ବିଭବ କୁମାରଙ୍କୁ ଗିରଫ କରିଥିଲା । ସେହିଦିନ ତାଙ୍କୁ ୫ ଦିନ ଲାଗି ରିମାଣ୍ଡରେ ପଠାଇଥିଲେ । ଏହା ପରେ ବିଭବ କୁମାରଙ୍କ ଜାମିନ ଆବେଦନ ଖାରଜ ହୋଇଥିଲା ଏବଂ ପୁଣି ଥରେ ମେ’ ୨୪ରେ ତାଙ୍କୁ ୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇ ଦେଇଥିଲେ କୋର୍ଟ । 

ସୂଚନାଯୋଗ୍ୟ, ବିଭବଙ୍କ ବିରୋଧରେ ମେ’ ୧୬ରେ ଏକ ମାମଲା ରୁଜୁ ହୋଇଥିଲା ।ତାଙ୍କ ଉପରେ ମହିଳାଙ୍କୁ ଦୁର୍ବ୍ୟବହାର ଏବଂ ମାଡ଼ ମାରିବା ଭଳି ସଙ୍ଗୀନ ଦଫା ଲାଗିଛି । ବିଭବ କୁମାରଙ୍କ ଗିରଫଦାରୀକୁ ନେଇ ଦିଲ୍ଲୀ ରାଜନୀତିରେ ହାଇଡ୍ରାମା ଦେଖିବାକୁ ମିଳିଥିଲା। ବାସଭବରେ ମୁଖ୍ୟମନ୍ତ୍ରୀ ଥିବା ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା ବୋଲି ସ୍ବାତୀ ମାଲିଓ୍ବାଲ ସଙ୍ଗୀନ ଅଭିଯୋଗ ମଧ୍ୟ ଆଣିଥିଲେ ।   

  • delhi
  • new delhi
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.