ଭୁବନେଶ୍ଵର, ୨୯/୧୦ : ସ୍ୱର୍ଗଦ୍ୱାରରେ ଏଣିକି ଗଛ କାଠ ବଦଳରେ ଗୋବର କାଠ ବା ଘଷିରେ ଶବଦାହ ହେବ। ଏନେଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଯୋଜନା ପ୍ରସ୍ତୁତି କରୁଛି। ଏଥିପାଇଁ ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି। ଏନେଇ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି ଯେ, ହିନ୍ଦୁ ଶାସ୍ତ୍ର ଅନୁଯାୟୀ ଗୋବରକୁ ଶବଦାହରେ ବ୍ୟବହାର କରାଯିବ। ସ୍ୱର୍ଗଦ୍ୱାର କମିଟି ସହ ଆଲୋଚନା କରାଯିବ। ବିଭିନ୍ନ ସାମାଜିକ ଅନୁଷ୍ଠାନ, ଗୋଶାଳା କରିଥିବା ବ୍ୟକ୍ତି ସହ ଆଲୋଚନା କରାଯିବ। ଖୁବଶୀଘ୍ର ବିଚାର ବିମର୍ଶ କରି ସରକାର ପଦକ୍ଷେପ ନେବେ। ଗୋମାତା ସୁରକ୍ଷା, ଗୋଶାଳା ବୃଦ୍ଧିକୁ ବି ସରକାର ଗୁରୁତ୍ଵ ଦେଉଛନ୍ତି। ଗୋ ସୁରକ୍ଷା ଓ ଗୋ ମୁତ୍ର ଓ ଗୋବରର ସଦୁପଯୋଗ କ୍ଷେତ୍ରରେ ବିଚାର ବିମର୍ଶ ପାଇଁ କମିଟି ଗଠନ ହେବ। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯିବ। ୫ ଜଣ ମନ୍ତ୍ରୀ ଓ ୫ ଜଣ ସଚିବ କମିଟିର ସଦସ୍ୟ ରହିବେ। ଗୋମାତା ସୁରକ୍ଷା, ଗୋଶାଳା ବୃଦ୍ଧି, ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ସରକାରଙ୍କ କାମଧେନୁ ଯୋଜନା ଆରମ୍ଭ ହୋଇଛି।