ପ୍ରମୂଖ ଖବର
  • ବାଲେଶ୍ବରରେ ଗାଡ଼ି ସାଇଡ୍ ମାରିବାରୁ ଗୁଳିମାଡ଼, ଜଣେ ଆହତ
  • ||
  • ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ସାନି ତଦନ୍ତ ଆରମ୍ଭ, ଗୃହରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା
  • ||
  • IAS ସ୍ତରରେ ଅଦଳବଦଳ, ସମର୍ଥ ବର୍ମା ଲଘୁ ଖଣିଜ ବିଭାଗ ନିର୍ଦ୍ଦେଶକ
  • ||
  • ବୟାଳିଶ ମୌଜା ଶ୍ରୀକୃଷ୍ଣ ବିହାର ହତ୍ୟା ଘଟଣା, ଅଭିଯୁକ୍ତକୁ ଧରି ସିନ୍ ରିକ୍ରିଏସନ୍ କଲା ପୋଲିସ
  • ||
  • ଖୋଲିବ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ପେଡି: ରାଜାଚକ୍ରଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ
  • ||
  • ଭୁବନେଶ୍ୱର ଘାଟିକିଆରେ ମର୍ମନ୍ତୁଦ ଦୁର୍ଘଟଣା, ଯୁବକଙ୍କ ଉପରେ ଚଢିଗଲା କଲେଜ ବସ୍
  • ||
  • ଗାଜାରେ ଇସ୍ରାଏଲର ବଡ ଏୟାରଷ୍ଟ୍ରାଇକ୍, ୨୦୦ ମୃତ
  • ||
  • ବଦଳିବ ମେଟ୍ରୋ ରେଳ ପ୍ରକଳ୍ପର ଡିପିଆର୍, ତ୍ରିଶୁଳିଆ ନୁହେଁ କଟକ ଯାଏ ବିସ୍ତୃତ ହେବ ମେଟ୍ରୋ କରିଡର
  • ||
  • ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ଘରେ ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍, ପରିବାରବର୍ଗଙ୍କର ହେଲା ବୟାନ ରେକର୍ଡ
  • ||
  • ଆମେରିକାର ଫ୍ଲୋରିଡାରେ ମର୍ମନ୍ତୁଦ ଦୁର୍ଘଟଣା, ଗୋଟିଏ ପରିବାରର ୩ ମୃତ
  • ||
  • ୨୪ରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ, ୪ ଦିନ ମିଳିବନି ବ୍ୟାଙ୍କ ସେବା
  • ||
  • ସ୍ୱର୍ଗଦ୍ୱାରରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ ସମ୍ପନ୍ନ
  • ||
  • ୧୯ରୁ ମାଟ୍ରିକ୍‌ ଖାତା ଦେଖା: ଆଜି କେନ୍ଦ୍ରରେ ଯୋଗ ଦେବେ ୧୨ ହଜାର ଶିକ୍ଷକ, ମୂଲ୍ୟାୟନ ବେଳେ କ୍ୟାମ୍ପସ୍‌ ବାହାରକୁ ଯିବା ମନା
  • ||
  • କାଳବୈଶାଖୀ ଆଣିବ ଆଶ୍ୱସ୍ତି, କାଲିଠୁ ଖସିବ ତାତି: ଆଜି ଝାରସୁଗୁଡ଼ା ଓ ବୌଦ୍ଧକୁ ଅରେଞ୍ଜ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

୭ ଘଣ୍ଟା ପରେ ନବଙ୍କ ଘରୁ ବାହାରିଲା କ୍ରାଇମବ୍ରାଞ୍ଚ ଟିମ୍‌, ପରିବାର ସଦସ୍ୟଙ୍କ ବୟାନ ରେକର୍ଡ

Published By : Prameya | March 18, 2025 6:11 PM

ଝାରସୁଗୁଡା,୧୮।୩ : ୭ ଘଣ୍ଟା ପରେ ନବ ଦାସଙ୍କ ଘରୁ ବାହାରିଲା କ୍ରାଇମବ୍ରାଞ୍ଚ ଟିମ୍‌ । ନବ ଦାସଙ୍କ ପରିବାର ସଦସ୍ୟଙ୍କ ବୟାନ ରେକର୍ଡ କଲା ଟିମ୍‌। ନବ ଦାସଙ୍କ ପତ୍ନୀ ମିନତୀ ଦାସ, ଝିଅ ଦୀପାଳୀ ଦାସ ଏବଂ ପୁଅ ବିଶାଲ ଦାସଙ୍କ ବୟାନ ରେକର୍ଡ କରିଛି କ୍ରାଇମବ୍ରାଞ୍ଚ। ଆବଶ୍ୟକ ପଡିଲେ ଅନ୍ୟମାନଙ୍କର ବି ବୟାନ ରେକର୍ଡ କରିବ ବୋଲି  କ୍ରାଇମବ୍ରାଞ୍ଚ ଟିମ୍   କହିଛି।

ସେପଟେ ଏହାକୁ ନେଇ  ପ୍ରତିକ୍ରିୟା ରଖିଛନ୍ତି ନବଙ୍କ ଝିଅ ଦିପାଳୀ ଦାସ ଏବଂ ପୁଅ ବିଶାଲ ଦାସ। ସିବିଆଇ ତଦନ୍ତ ଚିଠି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିଶାଲ ଦାସ। ମୁଖ୍ୟମନ୍ତ୍ରୀ ସମୟ ଦେଲେ ତାଙ୍କୁ ଦେଖା କରି ଆଲୋଚନା କରିବୁ ବୋଲି କହିଛନ୍ତି। 

ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାକୁ ନେଇ  ତାଙ୍କ ଝାରସୁଗୁଡ଼ା ସରବାହାଲ ସ୍ଥିତ ବାସଭବନରେ ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ମଙ୍ଗଳବାର ପହଞ୍ଚିଥିଲେ। ନୂଆ ତଦନ୍ତ ଅଧିକାରୀ ଏଏସପି ବିଜୟ ମଲ୍ଲିକ ଏବଂ ଡିଏସପି ଦିପ୍ତୀମୟୀ ମଲ୍ଲିକ ନବଙ୍କ ଘରେ ପହଞ୍ଚିଥିଲେ। ନବଙ୍କ ପୁଅ ବିଶାଳ, ଝିଅ ଦୀପାଳି ଏବଂ ସ୍ତ୍ରୀ ମୀନତିଙ୍କର ବୟାନ ରେକର୍ଡ କରିଛନ୍ତି।

ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ଶେଷ କରି ଚାର୍ଜସିଟ୍ ଦାଖଲ କରି ସାରିଛି। ଏହି ମାମଲା ଏବେ ବିଚାରଧୀନ ଥିବାବେଳେ ୩୦ ଜଣଙ୍କ ସାକ୍ଷ୍ୟ ଗ୍ରହଣ ଶେଷ ହେଲାଣି। ଯଦି ଏହି ମାମଲାରେ କୌଣସି ଅଧିକ ତଥ୍ୟ ମିଳେ ତେବେ ସେନେଇ ତଦନ୍ତ କରି ଆଡିସନାଲ ଚାର୍ଜସିଟ ଦାଖଲ କରିବାକୁ କ୍ରାଇମବ୍ରାଞ୍ଚକୁ ଦାୟିତ୍ଵ ଦିଆଯାଇଥିଲା। ସେହି ପରିପ୍ରେକ୍ଷୀରେ କ୍ରାଇମବ୍ରାଞ୍ଚ ନବ ଦାସଙ୍କ ଝିଅ ଦୀପାଳି ଦାସ ଏବଂ ପୁଅ ବିଶାଳ ଦାସଙ୍କୁ ନୋଟିସ ଜାରି କରିଥିଲା। ଯଦି ତାଙ୍କ ପାଖରେ କୌଣସି ନୂଆ ଆପତ୍ତି ବା ତଥ୍ୟ ଅଛି ତାହା ଜଣାଇବାକୁ ନୋଟିସ କରିଥିଲା କ୍ରାଇମବ୍ରାଞ୍ଚ। ଏହାପରେ ବିଶାଳ ଏବଂ ଦୀପାଳି ସମୟ ମାଗିବା ସହ ଘରେ ବୟାନ ରେକର୍ଡ କରିବା ପାଇଁ କହିଥିଲେ। ତେଣୁ ମଙ୍ଗଳବାର ଏକ ଟିମ୍ ନବଙ୍କ ସରବାହାଲ ସ୍ଥିତ ବାସଭବନରେ ପହଞ୍ଚି ପରିବାରବର୍ଗଙ୍କ ବୟାନ ରେକର୍ଡ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.