ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା : କ୍ରାଇମବ୍ରାଞ୍ଚ କରିବ ତଦନ୍ତ

Published By : Suraj Kumar | July 16, 2025 10:27 PM

ଭୁବନେଶ୍ବର, ୧୬।୭ :  ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ଡିଜିପି ବିନୟ ତୋଷ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏହି ମାମଲାର ତଦନ୍ତ କରିବ। ଡ଼ିଏସପି ଇମନ କଲ୍ୟାଣ ନାୟକଙ୍କ ସମେତ ଏକ ସ୍ୱତନ୍ତ୍ର ଟିମ ଏହି ମାମଲାର ତଦନ୍ତ କରିବ ବୋଲି ରାଜ୍ୟ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରୀ ମୃତ୍ୟୁ ଘଟଣାରେ  ସହଦେବ ଖୁଣ୍ଟା ଥାନାରେ  ରୁଜୁ ହୋଇଥିବା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ କରିବ।

ସୂଚନାଯୋଗ୍ୟ ଯେ, ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଗତ ୧୨ ତାରିଖରେ  କଲେଜ ପରିସରରେ ଆତ୍ମାହୁତି ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ  ଭୁବନେଶ୍ବର ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇଥିଲା।  ସୋମବାର ରାତିରେ ସେ ଆଖି ବୁଜିଥିଲେ। ବାଲେଶ୍ବର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଥିବା ତାଙ୍କ ଜନ୍ମମାଟିରେ ମଙ୍ଗଳବାର ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା। ଏହ ହି ଘଟଣାରେ ଏଫ୍‌ଏମ୍ କଲେଜ ଅଧ୍ୟକ୍ଷ  ଓ ଏଚଓଡିଙ୍କୁ ଉଚ୍ଚଶିକ୍ଷା ବିଭାଗ ନିଲମ୍ବିତ କରିଥିଲା।  ଏଥିସହ ପୁଲିସ ଏଚଓଡି ସମୀର ସାହୁ ଓ କଲେଜ ଅଧ୍ୟକ୍ଷଙ୍କୁ ଗିରଫ କରିଥିଲା। ଏହ ଘଟଣାର ଉଚ୍ଚଶିକ୍ଷା ବିଭାଗର ଏକ ଟିମ ତଦନ୍ତ କରିବା ସହ କ୍ରାଇମବ୍ରାଞ୍ଚ ମଧ୍ୟ ନିଜ ଆଡୁ  ତଦନ୍ତ କରିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.