ପ୍ରମୂଖ ଖବର
  • ଟାରିଫ୍ ୱାର ଭିତରେ ଭାରତରେ ତାର ରାଷ୍ଟ୍ରଦୂତ ବଦଳାଇବ ଆମେରିକା, ସର୍ଜିଆ ଗୋରଙ୍କ ନାମ ଘୋଷଣା କଲେ ଟ୍ରମ୍ପ
  • ||
  • ପଞ୍ଜାବରେ ଏଲପିଜି ଟ୍ୟାଙ୍କରରେ ଭୟଙ୍କର ବ୍ଲାଷ୍ଟ : ଜଳିଗଲା ୧୫ଟି ଦୋକାନ, ୨ ଜୀବନ୍ତ ଦଗ୍ଧ, ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ଚମୋଲିରେ ରାତି ଅଧରେ ଫାଟିଲା ବାଦଲ; ଥରାଲୀ ଗାଁରେ ଧ୍ୱଂସଲୀଳା, ପୋତି ହୋଇଗଲା ଘର
  • ||
  • ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ
  • ||
  • ଲଘୁଚାପ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା, ଆଜି ପୁଣି ପାଣି ଛାଡ଼ିବ ହୀରାକୁଦ
  • ||
  • ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ, ଖାଲିପଡ଼ିଛି ୯୯ ହଜାର ସିଟ୍‌
  • ||
  • ଲଘୁଚାପ ସକ୍ରିୟ: ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଅରେଞ୍ଜ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ବଡ଼ମ୍ବା ପୁଲିସକୁ ସଫଳତା; ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ

Published By : Harapriya Sethi | August 22, 2025 11:38 AM

ଆଠଗଡ଼,୨୨/୦୮: କଟକ ଜିଲ୍ଲାର ଦୁର୍ଦ୍ଦାନ୍ତ ଅପରାଧୀକୁ ଧରିଲା ପୁଲିସ । ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ଅପରାଧ କରୁଥିବା ପପୁ ଚୌଧୁରୀକୁ (୨୫ ବର୍ଷ) ବଡ଼ମ୍ବା ପୁଲିସ ଗିରଫ କରିଛି । ଅଭିଯୁକ୍ତ ପପୁ ବଡ଼ମ୍ବା ଥାନା ଅନ୍ତର୍ଗତ ସୁନପାଳ ଅଞ୍ଚଳର ବୋଲି ଜଣାପଡ଼ିଛି ।

ସୂଚନା ମୁତାବକ, ଅଭିଯୁକ୍ତ ପପୁ ବିଭିନ୍ନ ଅପରାଧିକ କାର୍ଯ୍ୟକଳାପରେ ଲିପ୍ତ ଥିଲା । ବେଆଇନ ଅସ୍ତ୍ରଶସ୍ତ୍ର ରଖି ଡକାୟତି କରି ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଥିଲା । ଯାହାକୁ ନେଇ ପପୁ ନାଁରେ ଏକାଧିକ ମାମଲା ମଧ୍ୟ ରୁଜୁ ହୋଇଥିଲା । ବିଭିନ୍ନ ଥାନାରେ ଚୋରି, ଡକାୟତି, ବେଆଇନ ଅସ୍ତ୍ରଶସ୍ତ୍ର ରଖିବା, ଯୌତୁକ ନିର୍ଯାତନା ଏବଂ ଦୁଷ୍କର୍ମ ଭଳି ୭ଟି ମାମଲା ଅଭିଯୁକ୍ତ ନାଁରେ ରହିଛି । ଦୀର୍ଘ ଦିନ ଧରି ପୁଲିସ ନଜରରୁ ବଞ୍ଚି ଅପରାଧ କରୁଥିବା ବେଳେ ଏବେ ଶେଷରେ ଧରାପଡ଼ିଛି ପପୁ । ବଡମ୍ବା ପୁଲିସ ଅଭିଯୁକ୍ତକୁ ଗିରଫ କରିଛି । ଏନେଇ ବଡ଼ମ୍ବା ଥାନା ଅଧିକାରୀ ଅନିରୁଦ୍ଧ ମୁଦୁଲି ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.