ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ

ଚାନ୍ଦବାଲି,୦୭/୦୯: ସାଇକେଲ ଆରୋହୀଙ୍କୁ ସାମ୍ନା ପଟୁ ଧକ୍କା ଦେଲା କାର୍‌ । ଦୁର୍ଘଟଣାରେ ସାଇକେଲ ଆରେହୀ ମୃତ । ମୃତକ ଜଣକ ଚନ୍ଦନପୁର ଗ୍ରାମର ଅକ୍ଷୟ ସାହୁ (୬୨)ବୋଲି ଜଣାପଡିଛି । ଡ୍ରାଇଭର ଜଣକ ହେଉଛନ୍ତି ଯାଜପୁର ଜିଲ୍ଲା ବିଞ୍ଝାରପୁର ଅଞ୍ଚଳର ମଳୟ ରଞ୍ଜନ ପରିଡା । ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତା ଚନ୍ଦନପୁର ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । 

ସୂଚନା ମୁତାବକ, ଅକ୍ଷୟ ସାହୁ ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତା ଚନ୍ଦନପୁର ନିକଟରେ ନିଜ ସାଇକେଲ ଯୋଗେ ଯାଉଥିଲେ । ଏହି ସମୟରେ ବିପରୀପ ପାର୍ଶ୍ୱରୁ ଦ୍ରୁତ ଗତିରେ ଏକ କାର୍‌ ଆସି ଅକ୍ଷୟଙ୍କୁ ଧକ୍କା ଦେଇଥିଲା ।  କାର୍‌ଟି ତାଙ୍କୁ ସାମ୍ନା ପଟୁ  ଖୁବ ଯୋରରେ ଧକ୍କା ଦେଇ ତାଙ୍କ ଉପରେ ଚଢି ଯାଇଥିଲା । ଫଳରେ ଘଟଣାସ୍ଥଳରେ ଚେତାଶୁନ୍ୟ ହୋଇ ପଡିଯାଇଥିଲେ ଅକ୍ଷୟ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ତାଙ୍କୁ ଉଦ୍ଧାରକରି ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ । ଦୁର୍ଘଟଣା ଘଟାଇଥିବା କାର୍ ଡ୍ରାଇଭରକୁ ଲୋକେ ଅଟକ ରଖିଥିଲେ । ଘଟଣାସ୍ଥଳରେ ଚାନ୍ଦବାଲି ପୋଲିସ ପହଞ୍ଚିବା ପରେ ଡ୍ରାଇଭରକୁ ପୋଲିସରେ ଜିମା ଦେଇଥିଲେ ସ୍ଥାନୀୟଲୋକେ । କାର୍‌ ଡ୍ରାଇଭରକୁ ଅଟକ ରଖି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ ରଖିଛି ପୋଲିସ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.