ପ୍ରମୂଖ ଖବର
  • ଉପକୂଳ ମୁହାଁ ଦାନା, ପାରାଦୀପ ଠାରୁ ୧୦୦ କି.ମି ଦୂରରେ ରହିଛି
  • ||
  • ଉଦଳା : ବାତ୍ୟା ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ, ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇବା ଉପରେ ଦେଲେ ଗୁରୁତ୍ତ୍ୱ
  • ||
  • ବାତ୍ୟା ଆଶ୍ରୟସ୍ଥଳୀ ଅଚାନକ ପରିଦର୍ଶନ କଲେ ବାଲେଶ୍ୱର ସାଂସଦ
  • ||
  • ସାଲେପୁର : ଭଙ୍ଗା ଚାଳଛପର ଘରୁ ୭୦ ବର୍ଷର ବୃଦ୍ଧା ଉଦ୍ଧାର, ସୁରକ୍ଷିତ ସ୍ଥାନକୁ ନେଉଛନ୍ତି ପୋଲିସ ଏବଂ ଯବାନ
  • ||
  • ହିନ୍ଦୋଳ : ପଟାଳୁ ଗ୍ରାମରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଆସୁଛି ବାତ୍ୟା 'ଦାନା', ଚନ୍ଦ୍ରଭାଗାରେ ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ ଓ ଏସପି
  • ||
  • ବଲାଙ୍ଗୀର : ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ବାଙ୍କୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ୨ ଗିରଫ, ୪ ଫେରାର
  • ||
  • ବର୍ଡର-ଗାଭାସ୍କର ଟ୍ରଫି: ନିତିଶଙ୍କୁ ମିଳିପାରେ ଦଳରେ ସୁଯୋଗ, ଖୁବ୍‌ଶୀଘ୍ର ଦଳ ଘୋଷଣା
  • ||
  • ସାଲେପୁର : ଆଗ୍ନିକାଣ୍ଡରେ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷ ଟଙ୍କାର ସୁନାରୂପା ଅଳଙ୍କାର ପୋଡ଼ି ପାଉଁଶ
  • ||
  • ବାତ୍ୟା 'ଦାନା'ର ପ୍ରଭାବ, କୋଣାର୍କ ଓ ଚନ୍ଦ୍ରଭାଗା ପର୍ଯ୍ୟଟକ ଶୂନ୍ୟ
  • ||
  • ଚନ୍ଦକା ମେଣ୍ଢାଶାଳ ଅଞ୍ଚଳରେ ହତ୍ୟାକାଣ୍ଡ; ଭିଣୋଇର ଭୁଜାଲି ଚୋଟରେ ଶଳା ମୃତ, ୩ ଗୁରୁତର
  • ||
  • ଆଇସିସି ଟେଷ୍ଟ ବ୍ୟାଟିଂ ମାନ୍ୟତା: ଷଷ୍ଠକୁ ଉଠିଲେ ପନ୍ତ, ଶ୍ରେଷ୍ଠ ୧୦ରେ ୩ ଭାରତୀୟ
  • ||
  • ବାତ୍ୟା 'ଦାନା' ଆତଙ୍କ: ବର୍ଷା, ପବନ ଜୋର ହେଲେ ୨୪, ୨୫ରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
  • ||
  • କେନ୍ଦ୍ରାପଡ଼ା : ବାତ୍ୟା ପାଇଁ ଜିଲ୍ଲା ପ୍ରଶାସନର ପଦକ୍ଷେପ, ୨୫ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
  • ||
  • ବାତ୍ୟା ପାଇଁ ଆଠଗଡ଼ ପରିବା ବଜାରରେ ଲୋକଙ୍କ ଭିଡ଼, କିଣି ନେଉଛନ୍ତି ବ୍ୟାଗ୍ ବ୍ୟାଗ୍ ପରିବା
  • ||
  • ସତର୍କତାମୂଳକ ପଦକ୍ଷେପ ନେଲା ଶ୍ରୀମନ୍ଦିର ପ୍ରଶାସନ, ବାତ୍ୟା ପାଇଁ ଅଧିକାରୀ ଏବଂ କର୍ମଚାରୀଙ୍କୁ ସଜାଗ ରହିବାକୁ ତାଗିଦ୍‌
  • ||

ଉପକୂଳ ମୁହାଁ ଦାନା, ପାରାଦୀପ ଠାରୁ ୧୦୦ କି.ମି ଦୂରରେ ରହିଛି

ଭୁବନେଶ୍ବର, ୨୪।୧୦ : ବାତ୍ୟା ଦାନା  ଉପକୂଳ ମୁହାଁ ହୋଇ  ମାଡିଆସୁଛି।  ବର୍ତ୍ତମାନ ଘଣ୍ଟା ପ୍ରତି ୧୩  କିମି ବେଗରେ   ଗତି କରୁଛି।   ବର୍ତ୍ତମାନ ବାତ୍ୟା ପାରାଦ୍ବୀପ ଠାରୁ ୧୦୦  କିମି ଓ   ଧାମରା ଠାରୁ  ୧୩୦ କିମି ଦୂରରେ ରହିଛି। ଉତ୍ତର- ଉତ୍ତର ପଶ୍ଚମ ଦିଗକୁ ଗତି କରୁଛି। ଗୁରୁବାର ମଧ୍ୟରାତ୍ରରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯିବ।  ବାତ୍ୟା  ରିକର୍ଭ କରିବନି ବୋଲି ଆଞ୍ଚଳିକ ପାଣିପାଗ ନିର୍ଦେଶିକା  ସୂଚନା ଦେଇଛନ୍ତି। 

ବାତ୍ୟା ଦାନା ଉପକୂଳ ଅତିକ୍ରମ କରିବା ସମୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୧୧୦ କିଲୋମିଟର ରହିପାରେ। ସେହିପରି ମୟୂରଭଞ୍ଜ ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୮୦ରୁ ୯୦ କ.ମି ରହିବ। ପୁରୀ ଓ କଟକରେ ଘଣ୍ଟାପ୍ରତି ୬୦ରୁ ୮୦କିମି ପବନ ହେବାକୁ ଥିବାବେଳେ ଯାଜପୁର, ଖୋର୍ଦ୍ଧା, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲା ସମେତ ଭୁବନେଶ୍ୱରରେ ପବନର ବେଗ ଘଣ୍ଟାପ୍ରତି ୬୦ରୁ୭୦ କିଲୋମିଟର  ରହିବାର ସମ୍ଭାବନା ରହିଛି।

ବାତ୍ୟା ଦାନା ପାଇଁ ଗୁରୁବାର    ୭ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ । ସେଥିପାଇଁ ଉକ୍ତ ଜିଲ୍ଲାକୁ ରେଡ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।  ସେହିସବୁ ଜିଲ୍ଲାଗୁଡିକ ହେଲା ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଭଦ୍ରକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ।

ସେହିପରି  ୫ଟି ଜିଲ୍ଲାକୁ  ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।  ସେହି ସବୁ ଜିଲ୍ଲାଗୁଡିକ ହେଲା ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ନୟାଗଡ ଓ ଢେଙ୍କାନାଳ। ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଏବଂ କନ୍ଧମାଳକୁ ୟେଲୋ ଓ୍ବାର୍ଣ୍ଣିଂ  ଜାରି କରାଯାଇଛି। 

ସେହିପରି ଶୁକ୍ରବାର ୯ ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।  ଯାଜପୁର, ଭଦ୍ରକ, ପୁରୀ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାକୁ ରେଡ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

  • Cyclone Dana
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.