ପ୍ରମୂଖ ଖବର
  • ବାତ୍ୟା ପାଇଁ ଟ୍ୱିଟ୍‌ କରି ଚିନ୍ତା ପ୍ରକାଶ କରିଲେ କେନ୍ଦ୍ରମନ୍ତ୍ରୀ, ବ୍ୟାପକ କ୍ଷୟକ୍ଷତି ନହେବାକୁ ମହାପ୍ରଭୁଙ୍କ ପାଖରେ କରିଲେ ପ୍ରାର୍ଥନା
  • ||
  • ମାଡ଼ି ଆସୁଛି ବାତ୍ୟା 'ଦାନା', ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିଛି କେନ୍ଦ୍ରାପଡା ଅଗ୍ନିଶମ ବିଭାଗ
  • ||
  • ବାସୁଦେବପୁର : ବାତ୍ୟା 'ଦାନା'କୁ ନେଇ ପ୍ରଶାସନର ପ୍ରସ୍ତୁତି, ବାସୁଦେବପୁରରେ ପହଞ୍ଚିଲା ୩ ଟି ଓଡ୍ରାଫ ଟିମ୍‌
  • ||
  • ଉମରକୋଟ : ବସ୍‌ ଚାଳକଙ୍କୁ ଛୁରାମାଡ଼, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ସୃଷ୍ଟି ହେଲା ବାତ୍ୟା 'ଦାନା', ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ କରୁଛି ଗତି
  • ||
  • ବାତ୍ୟା ପାଇଁ ୨ ଦିନ ବନ୍ଦ ରହିବ ସୂର୍ଯ୍ୟ ମନ୍ଦିର
  • ||
  • ଲମତାପୁଟ : ଆମ୍ବୁଲାନ୍ସରୁ ୧୭୦ କେଜି ଗଞ୍ଜେଇ ଜବତ, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ବୁଲେଟ୍-ଅଟୋ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରେ ଚାଲିଗଲା ଜଣେ ଡାକ୍ତରଙ୍କ ଜୀବନ
  • ||
  • ଭୋଗରାଇ : ବାତ୍ୟା 'ଦାନା' ପାଇଁ ଦୀଘା ଖାଲି କରିବାକୁ ପ୍ରଶାସନର ନିର୍ଦ୍ଦେଶ, ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ହୋଟେଲରେ ହେବନି କୌଣସି ବୁକିଂ
  • ||

ସୃଷ୍ଟି ହେଲା ବାତ୍ୟା 'ଦାନା', ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ କରୁଛି ଗତି

ଭୁବନେଶ୍ୱର,୨୩/୧୦: ଭୟଙ୍କର ରୂପ ନେଇ ମାଡ଼ି ଆସୁଛି ବାତ୍ୟା 'ଦାନା' । ବର୍ତ୍ତମାନ ଦକ୍ଷିଣ ପୂର୍ବ ପାରାଦ୍ଵୀପ ଠାରୁ ୫୬୦ କିଲୋମିଟର ଦୂରରେ ରହିଥିବା ବେଳେ ଦକ୍ଷିଣ ଦକ୍ଷିଣ ପୂର୍ବ ସାଗର ଦ୍ଵୀପ ଠାରୁ ୬୩୦ କିଲୋମିଟର ଏବଂ ଖେପୂପରା ଠାରୁ ମଧ୍ୟ ୬୩୦ କିଲୋମିଟର ଦୂରରେ ରହିଛି ବାତ୍ୟା 'ଦାନା'।

ଘଣ୍ଟା ପ୍ରତି ୧୮ କିଲୋମିଟର ଗତିରେ ଆଗକୁ ବଢୁଛି ବାତ୍ୟା 'ଦାନା' । ଏହା ଅକ୍ଟୋବର ୨୪ ତାରିଖ ଅର୍ଥାତ ଗୁରୁବାର ଉତ୍ତର ପଶ୍ଚିମ ବଙ୍ଗୋପସାଗରକୁ ଗତି କରି ଗଭୀର ବାତ୍ୟାରେ ପରିଣତ ହେବ । ଗୁରୁବାର ସକାଳେ ବାତ୍ୟା ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗକୁ ପାର କରିବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ ତରଫରୁ ପୂର୍ବାନୁମାନ କରାଯାଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.