ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?

Published By : Prameya | June 24, 2025 8:41 AM

ପୁରୀ, ୨୪/୦୬: ଅନବସରରେ ମହାପ୍ରଭୁଙ୍କୁ  ଲାଗି ହେବାକୁ ଥିବା ଦଶମୂଳ ମୋଦକ ଚୋରି  ହୋଇଛି । ଶ୍ରୀମନ୍ଦିର ଗାରଦରେ ଜମାଥିବା ଦଶମୂଳ ମୋଦକ ଅମୁଣିଆ ମୋଦକ ଚୋରି କରିଥିବା ନେଇ  ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି ।  ରାଜବୈଦ୍ୟ ଦେଇଥିବା ସମୁଦାୟ ୩୧୩ଟି ଅମୁଣିଆ ମୋଦକରୁ ୭୦ଟି କମ୍‌ ଥିବା ଦେଖିବାକୁ ମିଳିଥିଲା ।  

ଅନବସର ଏକାଦଶୀରେ ଅର୍ଥାତ ଗତ ୨୧ ତାରିଖ  ରାତିରେ ମହାପ୍ରଭୁଙ୍କ ସର୍ବାଙ୍ଗ ପରେ ଦଶମୂଳ ମୋଦକ ଲାଗି ହେବାର ବିଧି ଥିବା ବେଳେ ୭୦ଟି  କମ୍‌ ଥିବା ଦେଖିବାକୁ ମିଳିଥିଲା । ତେବେ ମାରା ହୋଇଯାଇଥିବା ମୋଦକକୁ କିଭଳି ମହାପ୍ରଭୁଙ୍କୁ ଭୋଗ ସମର୍ପିତ କରାଗଲା । ଏହି  ଅପରାଧ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ  କରିବାକୁ ଶ୍ରୀମନ୍ଦିର ମୁଖ୍ୟ  ପ୍ରଶାସକଙ୍କୁ ଚିଠି କରିଛନ୍ତି  ବଳଭଦ୍ରଙ୍କ ବାଡ଼ଗ୍ରାହୀ ହଳଧର  ଦାସ ମହାପାତ୍ର । ଏହି ଚିଠିର ଏକ ନକଲ ଶ୍ରୀମନ୍ଦିର  କମାଣ୍ଡର ଉପମୁଖ୍ୟ ପ୍ରଶାସକ ତଥା  ଜିଲ୍ଲାପାଳଙ୍କୁ  ଅବଗତ  କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.