ପ୍ରମୂଖ ଖବର
  • ଢେଙ୍କାନାଳ : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର
  • ||
  • ଅସ୍ତରଙ୍ଗ ଏବଂ ଛତ୍ରପୁର ଆଇଆଇସି ନିଲମ୍ବିତ; ତଦନ୍ତ ରିପୋର୍ଟ ଦେବାକୁ ୨ ରେଞ୍ଜ ଆଇଜିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
  • ||
  • ଚାଷୀ ପଞ୍ଜୀକରଣ ହେଲା ସରଳ; ବଂଶାନୁକ୍ରମିକ ପ୍ରମାଣପତ୍ର ବଦଳରେ ସେଲ୍ଫ ଡିକ୍ଲାରେସନରେ ରେଜିଷ୍ଟ୍ରେସନ
  • ||
  • ସୁନ୍ଦରଗଡ଼ : ଜୁଆ ଆଡ୍ଡାରେ ରେଡ୍‌; ୧୪ ଗିରଫ, ଲକ୍ଷାଧିକ ଟଙ୍କା ଜବତ
  • ||
  • ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ
  • ||
  • ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ
  • ||
  • ଶେରଗଡ ;ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
  • ||
  • ଚମାଖଣ୍ଡି ଅଞ୍ଚଳର ଏକ ଗାଈ ଗୁହାଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ, ମାଓ ଲିଙ୍କ୍‌ ନେଇ ସନ୍ଦେହ
  • ||
  • କିସ୍ତୱାଡ଼ ପରେ କଠୁଆରେ ବାଦଳଫଟା ବର୍ଷା,୪ ମୃତ, ରେସ୍କ୍ୟୁ ଜାରି
  • ||
  • ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩ଶହ ପାର୍, ରେସ୍କ୍ୟୁ ହେଲିକପ୍ଟର କ୍ରାସରେ ୫ ମୃତ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ, ଆଜି ଚୂଡାନ୍ତ ହେବ NDA ପ୍ରାର୍ଥୀଙ୍କ ନାମ, ବସିବ ବିଜେପି ସଂସଦୀୟ ବୋର୍ଡ ବୈଠକ
  • ||
  • ଭାରତ ଫେରିଲେ ସୁନାପୁଅ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା,ଦିଲ୍ଲୀରେ ଭବ୍ୟ ସ୍ୱାଗତ
  • ||
  • ୧୮ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା; ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ
  • ||

ଦୟୀନଦୀରେ ନାବାଳକ ବୁଡ଼ିଯିବା ଘଟଣା, ୬ କିମି ଦୂରରୁ ଛାତ୍ରଙ୍କ ମୃତଦେହ ଠାବ

Published By : Manoj | August 16, 2025 10:13 AM

ଭୁବନେଶ୍ୱର ୧୬।୦୮: ଦୟୀନଦୀରେ ନାବାଳକ ଭାସି ଯାଇ ନିଖୋଜ ଘଟଣା । ଦୀର୍ଘ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ନାବାଳକ ଛାତ୍ରଙ୍କ ମୃତଦେହ ଠାବ ହୋଇଛି। ନିଖୋଜ ସ୍ଥଳଠୁ ୬ କିଲୋମିଟର ଦୂରରେ ଗଙ୍ଗେଶ୍ୱର ନିକଟରୁ ଉଦ୍ଧାର କରାଯାଇଛି। ମୃତକ ଜଣକ ଶୁଭମ୍‌ ବୋଲି ଜଣାପଡିଛି। ଘଟଣାସ୍ଥଳରେ ଧଉଳି ଥାନା ପୁଲିସ ପହଞ୍ଚି ମୃତଦେହ ଜବତ କରିଥିବା ବେଳେ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି ।

ସୂଚନା ଅନୁଯାୟୀ, ଶୁକ୍ରବାର ଦିନ ୪ ଜଣ ଛାତ୍ର ନୂଆଗାଁ ଉପରସହି ଘାଟ ଗାଧୋଇବାକୁ ଆସିଥିଲେ। ୩ ଜଣ ନଦୀ ଭିତରକୁ ଯାଇଥିଲେ। ପାଣିର କ୍ଷୀପ୍ର ସ୍ରୋତରେ ତିନିଜଣ ଭାସି ଯାଉଥିବା ବେଳେ ଜଣେ ପହଁରି ପହଁରି କୂଳକୁ ପଳାଇ ଆସିଥିଲେ। ଅନ୍ୟ ୨ ଜଣ ଭାସି ଯାଇଥିଲେ। ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ଠାବ କରାଯାଇଥିଲା। ତେବେ ଅନ୍ୟ ଜଣେ ନିଖୋଜ ଛାତ୍ରଙ୍କ ପତ୍ତା ମିଳିପାରିନିଥିଲା। ରାତି ହୋଇଯିବାରୁ ଉଦ୍ଧାର କାର୍ଯ୍ୟ ବନ୍ଦ ରଖାଯାଇଥିଲା। ଆଜି ସକାଳୁ ପୁଣି ଅଗ୍ନିଶମ ଟିମ୍ ରେସ୍କ୍ୟୁ ଅପରେସନ ଆରମ୍ଭ କରିଥିଲା।  ଦୀର୍ଘ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ଠାବ ହୋଇଥିଲା ନିଖୋଜ ଛାତ୍ରଙ୍କ ମୃତଦେହ । ଘଟଣାସ୍ଥଳରୁ ୬ କିଲୋମିଟର ଦୂରରେ ନାବାଳକ ଶୁଭମଙ୍କ ମୃତଦେହ   ଉଦ୍ଧାର କରାଯାଇଛି। ମୃତଦେହ ଜବତ ପରେ ଧଉଳି ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି । ଏହାସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ମଧ୍ୟ ପଠାଇଛି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.