ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ନିର୍ମାଣଧୀନ ସ୍କୁଲ କୋଠା ପଛରୁ ମିଳିଲା ଯୁବକଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ

କଣ୍ଟାବାଞ୍ଜି,୧୭/୦୮: ନିର୍ମାଣଧୀନ ସ୍କୁଲ କୋଠା ପଛରେ ଥିବା ୧୪ ଫୁଟିଆ ପାଣି ଭର୍ତ୍ତି ଖାଲରୁ ନିଖୋଜ ଯୁବକଙ୍କ ମୃତ ଦେହ ଉଦ୍ଧାର ।ମୃତକ ଯୁବକ ଜଣକ ବଡ଼ବାଙ୍କି ଗାଁର ଜଳନ୍ଧର ମାଝୀ ବୋଲି ଜଣାପଡ଼ିଛି । କଣ୍ଟାବାଞ୍ଜିର ତୁରେକେଲା ଥାନା ବଡ଼ବାଙ୍କି ଗାଁରେ ଏଭଳି ଅମାନୁସିକ ଦୃଶ୍ୟ ଦେଖିବାକୁ ମିଳିଛି । 

ସୂଚନା ଅନୁଯାୟୀ, ଜଳନ୍ଧର ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିଲେ । ତେବେ ଶନିବାର ନିର୍ମାଣଧୀନ ସ୍କୁଲ କୋଠା ପଛରେ ଥିବା ୧୪ ଫୁଟିଆ ପାଣି ଭର୍ତ୍ତି ଖାଲରୁ ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ଏହି ସ୍କୁଲ କୋଠା ନିର୍ମାଣ କାମରେ କିଛି ବାହାର ରାଜ୍ୟର ଶ୍ରମିକ ନିୟୋଜିତ ହୋଇଥିଲେ । ତେବେ ସେମାନେ ମଧ୍ୟ ସେଠାରେ ନଥିବା ଯୋଗୁଁ ଯୁବକଙ୍କ ହତ୍ୟା ହୋଇଥିବା ସନ୍ଦେହ କରାଯାଉଛି । ତେବେ ଶନିବାର ଗାଁର ଜଣେ ଲୋକ ପାଣି ଭିତରେ ମୃତ ଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ । ଏହା ଦେଖି ସେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ତୁରେକେଲା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । ଅଗ୍ନିଶମ ବାହିନୀଙ୍କ ସାହାଯ୍ୟରେ ପାଣି ଭର୍ତ୍ତି ଖାଲରୁ ମୃତ ଦେହ ଉଦ୍ଧାର କରାଯାଇଛି । ତେବେ ଏହା ଏକ ହତ୍ୟା ନା ଆତ୍ମହତ୍ୟା ତାହା ତଦନ୍ତ ପରେ ଜଣା ପଡିବ ବୋଲି ପୋଲିସ ଏସଡିପିଓ କହିଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.