ପ୍ରମୂଖ ଖବର
  • କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ; ବାବୁଙ୍କର ୪୪ ପ୍ଲଟ୍‌, ଘରୁ କେଜିଏ ସୁନା ଜବତ
  • ||
  • ଏଣିକି ନାଇଟ୍‌ ସିଫ୍ଟ କରିପାରିବେ ମହିଳା; ସୁରକ୍ଷା ପାଇଁ ଉପଲବ୍ଧ ହେବ ଟୋଲ୍ ଫ୍ରି ନମ୍ୱର
  • ||
  • ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ, ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ସୋମବାରଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା, ମଠ ମନ୍ଦିର ଝୁଲଣ କୁଞ୍ଜରେ ଝୁଲିବେ ଦେବଦେବୀ
  • ||
  • ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲାରେ ଆକ୍ସନ୍, ଦୁଇ ଛାତ୍ରଙ୍କୁ ଗିରଫ କରି ଜେଲ ପଠାଇଲା କ୍ରାଇମ୍‌ବ୍ରାଞ୍ଚ୍
  • ||
  • ୟେମେନରେ ମଝି ଦରିଆରେ ବୁଡ଼ିଗଲା ଡଙ୍ଗା, ୬୮ ମୃତ , ୭୪ଜଣଙ୍କର ମିଳୁନି ପତ୍ତା
  • ||
  • ବାୟାବରରେ ବଳଙ୍ଗା ପୀଡ଼ିତାଙ୍କ ଶେଷକୃତ୍ୟ ସଂପନ୍ନ, ଶୋକାକୂଳ ପରିବେଶରେ ଦିଆଗଲା କବର
  • ||
  • ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା,କଲେଜର ଦୁଇ ଛାତ୍ର ଗିରଫ, ଆତ୍ମାହୁତି ପାଇଁ ଉସ୍‌କାଇଥିବା ଅଭିଯୋଗ
  • ||
  • ଆସନ୍ତା ୭ରେ ହୋଇପାରେ ଘୂର୍ଣ୍ଣିବଳୟ, ୯ ଯାଏ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
  • ||

ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିଲା ବଳଙ୍ଗା ପୀଡ଼ିତାଙ୍କ ମରଶରୀର ; ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

Published By : Gurupada Nath | August 3, 2025 11:17 PM

ଭୁବନେଶ୍ବର, ୩/୮ :  ଭୁବନେଶ୍ବରରେ ପହଞ୍ଚିଲା ବଳଙ୍ଗା ପୀଡ଼ିତାଙ୍କ ମରଶରୀର । ଦିଲ୍ଲୀ ଏମ୍ସରୁ ଆଜି ତାଙ୍କୁ ଭୁବନେଶ୍ବର ଅଣାଯାଇଛି । ଭୁବନେଶ୍ବରରୁ ବଳଙ୍ଗା ବାୟାବରକୁ ନିଆଯିବ ତାଙ୍କ ମରଶରୀର । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ବର ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ପୂର୍ବରୁ ମୋଟ ୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛି।   ଯେଭଳି ଆଇନଶୃଙ୍ଖଳା ପରିସ୍ଥିତି ନ ଉପୁଜେ ସେଥିପ୍ରତି ନଜର ରଖିଛି କମିଶନରେଟ ପୋଲିସ। 

ଅତିରିକ୍ତ ଡିସିପି, ଜୋନ ଏସିପି, ଥାନା ଅଧିକାରୀ ଏବଂ ବରିଷ୍ଠ ପୋଲିସ ଅଧିକାରୀ ନିୟୋଜିତ। ମହିଳା ପୋଲିସ ଫୋର୍ସ ମଧ୍ୟ ନିୟୋଜିତ ଅଛନ୍ତି । ଏହାସହିତ ସିଆଇଏସଏଫ୍ ଯବାନମାନେ ମଧ୍ୟ ମୁତୟନ ହୋଇଛନ୍ତି । ଗତକାଲି ଦିଲ୍ଲୀ ଏମ୍ସରେ ଜୀବନ ଯୁଦ୍ଧରେ ହାରିଯାଇଥିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଆଖି ବୁଜିଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଏକ୍ସରେ ସୂଚନା ଦେଇଥିଲେ । 

ସୂଚନାଯୋଗ୍ୟ ଯେ,  ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଗତ ଜୁଲାଇ ୧୯ରେ ଅଭାବନୀୟ ଘଟଣା ଘଟିଥିଲା । ଜଣେ ନାବାଳିକାଙ୍କୁ ତିନି ଜଣ ଦୁର୍ବୃତ୍ତ ବାଇକ୍ ଉଠାଇ ଏକ ନିଛାଟିଆ ସ୍ଥାନକୁ ନେଇଥିଲେ । ପ୍ରଥମେ ନିଶା ଦେଇ ବେହୋସ କରିବା ପରେ କିରୋସିନ ଢାଳି ନାବାଳିକା ଦେହରେ ନିଆଁ ଲଗାଇ ଦେଇଥିଲେ । ଏହାପରେ ପୀଡ଼ିତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.