ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

କାଠଯୋଡ଼ି ନଦୀରୁ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | February 12, 2025 10:54 AM

ଭୁବନେଶ୍ୱର, ୧୨/୦୨: କଟକ କାଠଯୋଡ଼ି ନଦୀରୁ ମୃତଦେହ ଠାବ । ନେତାଜୀ ସୁବାସ ଚନ୍ଦ୍ର ବୋଷ ସେତୁ ତଳୁ ଉଦ୍ଧାର ହେଲା ଛାତ୍ରଙ୍କ ମୃତଦେହ । ମୃତକ ଜଣେ ଛାତ୍ର ହୋଇଥିବା ସୂଚନା ମିଳିଥିବା ବେଳେ ତାଙ୍କ ପରିଚୟ ଏବଂ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । କଟକ ଜିଲ୍ଲାରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।  

ଖବର ଅନୁଯାୟୀ, ମଙ୍ଗଳବାର ପୂର୍ବାହ୍ନରୁ ଘରୁ ବାହାରି ଆଉ ଫେରିନଥିଲେ ଛାତ୍ର । ଘରକୁ ନଫେରିବାରୁ ତାଙ୍କ ପରିବାର ଲୋକେ ବହୁ ଖୋଜାଖୋଜି କରିବା ସତ୍ତ୍ୱେ ତାଙ୍କର କୌଣସି ପତ୍ତା ମିଳିନଥିଲା । ଶେଷରେ ବୁଧବାର ଦିନ ସକାଳ ସମୟରେ କଟକ କାଠଯୋଡି ନଦୀରେ ଅବସ୍ଥିତ ନେତାଜୀ ସୁବାସ ଚନ୍ଦ୍ର ବୋଷ ସେତୁ ତଳେ ଛାତ୍ରଙ୍କ ମୃତଦେହ ପଡିଥିବାର ଦେଖିଥିଲେ ସ୍ଥାନୀୟଲୋକେ । ଏହାପରେ ସ୍ଥାନୀୟ ଲୋକେ ତୁରନ୍ତ ମର୍କତ ନଗର ଥାନା ପୋଲିସକୁ ଖବର ଦେଇଥିଲେ । ମର୍କତ ନଗର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଛାନ୍‌ଭିନ୍‌ ଜାରି ରଖିଛି । ହେଲେ ମୃତ୍ୟୁର ସଠିକ କାରଣ ଏବେ ଯାଏଁ ଜଣାପଡିନାହିଁ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.