ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ପୋଖରୀରୁ ମହିଳାଙ୍କ ମୃତଦେହ ଉଦ୍ଧାର, ଘଟଣାର ତଦନ୍ତ କରୁଛି ପୋଲିସ

ମୋରଡ଼ା, ୨୯/୦୮: କିସ୍ତି ଟଙ୍କା ଦେଇ ଫେରିବା ବେଳେ ମୃତ୍ୟୁ ମୁଖରେ ପଡ଼ିଲେ ମହିଳା । ଗାଁ ପୋଖରୀରେ ମିଳିଲା ମହିଳାଙ୍କ ମୃତଦେହ । ମୃତ ମହିଳା ଜଣକ ସାନମୁଣ୍ଢାବଣି ପଞ୍ଚାୟତର ବାଘାଝରଣା ଡାହିସାହି ଗ୍ରାମର ପାରାଓ ହାଁସଦାଙ୍କ ସ୍ତ୍ରୀ ସୁମିତ୍ରା ହାଁସଦା ବୋଲି ଜଣାପଡ଼ିଛି । ସାନମୁଣ୍ଢାବଣି ପଞ୍ଚାୟତର ଉଲୁମୁଣ୍ଡି ଜୁଗୁନି ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି । 

ସୂଚନା ଅନୁଯାୟୀ, ସୁମିତ୍ରା ଅଗଷ୍ଟ ୨୭ ତାରିଖ ଅର୍ଥାତ ମଙ୍ଗଳବାର ସନ୍ଧ୍ୟାରେ କିସ୍ତି ଟଙ୍କା ଦେବାକୁ ଶାଶୁଘରୁ ବାପଘରକୁ ଆସିଥିଲେ । ସେଠାରେ କିସ୍ତି ଟଙ୍କା ଦେଇ ଚାଲିଯାଇଥିଲେ । ତେବେ ଗୁରୁବାର ସକାଳୁ ସୁମିତ୍ରାଙ୍କ ମୃତଦେହ ଉଲୁମୁଣ୍ଡି ଜୁଗୁନି ସାହିର ପୋଖରୀରେ ଭାସୁଥିବାର ଦେଖିବାକୁ ପାଇଥିଲେ ଗ୍ରାମବାସୀ । ଏହା ଦେଖି ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ପୋଖରୀରୁ ମୃତଦେହ ଉଦ୍ଧାର କରିଥିଲେ । ମୋରଡ଼ା ଥାନା ଅଧିକାରୀ ସତ୍ୟନାରାୟଣ ବଳ ଓ ଏଏସଆଇ ଦୀନବନ୍ଧୁ ଦେହୁରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ପଠାଇଛନ୍ତି । ଏଥି ସହିତ ଘଟଣାର ତଦନ୍ତ ମଧ୍ୟ ଆରମ୍ଭ କରିଛନ୍ତି । ପରେ ଖବର ପାଇ ସାନମୁଣ୍ଢାବଣି ଆରଆଇ କୃଷ୍ଣମୋହନ ମହାନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାରକୁ ଚାରି ଲକ୍ଷ ଟଙ୍କା କ୍ଷତି ପୂରଣ ମିଳିବ ବୋଲି କହିଛନ୍ତି । ସରପଞ୍ଚ ମାଇନ ମାର୍ଣ୍ଡି ମଧ୍ୟ ଯଥାଶୀଘ୍ର ମୃତକଙ୍କ ପରିବାରକୁ ହରିଶ୍ଚନ୍ଦ୍ର ଯୋଜନାର ଆର୍ଥିକ ସହାୟତା ଦେବେ ବୋଲି କହିଛନ୍ତି ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.