ପ୍ରମୂଖ ଖବର
  • କ୍ରିକେଟର ସବୁ ଫର୍ମାଟକୁ ବାଏ ବାଏ କହିଲେ ପିୟୂଷ ଚାୱଲା
  • ||
  • ଭୁବନେଶ୍ୱର ରେଳ ଭବନ ଠାରେ ଆୟୋଜିତ ନିଯୁକ୍ତି ମେଳାରେ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଅଗଷ୍ଟ ୩ରେ NEET PG, ନୂଆ ତାରିଖ ନେଇ NBEକୁ ସମୟ ଦେଲେ ସୁପ୍ରିମକୋର୍ଟ
  • ||
  • ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, ସବୁ ଋତୁରେ ସହଜ ହେବ ଜମ୍ମୁରୁ ଶ୍ରୀନଗର ଯାତ୍ରା
  • ||
  • RBIର ବଡ଼ ଉପହାର; ଶସ୍ତା ହେବ ଘର-ଗାଡି EMI ,୦.୫୦% କମିଲା ରେପୋ ରେଟ୍
  • ||
  • ବ୍ରହ୍ମପୁର: ବଡ଼ବଜାରର ଥାନା ହରିଡ଼ାଖଣ୍ଡି ପୋଖରୀରୁ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଅନୁଗୁଳ: ଜନ୍ତୁ ଶିକାର ବେଳେ ମାଡି ବସିଲା ବନ ବିଭାଗ, ଜଣେ ଗିରଫ, ୩ କିଲୋ ଜିଆଇ ତାର ଜବତ
  • ||
  • ବାରଙ୍ଗ ଷଣ୍ଢପୁର ନିକଟରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ରାସ୍ତାରେ ଏକ ଟ୍ରକ୍ ସହ ଧକ୍କା
  • ||
  • ବେଙ୍ଗାଲୁରୁ ଦଳାଚକଟା ଘଟଣାରେ ବଡ଼ ଆକ୍ସନ, ଏୟାରପୋର୍ଟରୁ RCB ମାର୍କେଟିଂ ହେଡ୍ ଗିରଫ
  • ||
  • ଅଦିନିଆ ବର୍ଷା କ୍ଷୟକ୍ଷତି ଦାବିରେ ରାସ୍ତା ଅବରୋଧ, କୃଷକ ସଂଗଠନର ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ୯ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲରେ କରିବାକୁ ପଡ଼ିବ ପଞ୍ଜୀକରଣ
  • ||
  • ଇଂଲଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆ, ଶୁଭମନଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଟିମ୍, ବୁମରା ଖେଳିବେ ୩ଟି ଟେଷ୍ଟ
  • ||
  • ବଡ଼ଦେଉଳରେ ରୁକ୍ମିଣୀ ହରଣ ଏକାଦଶୀ ନୀତି, ଅପରାହ୍ଣ ୧ଟାରୁ ସନ୍ଧ୍ୟା ୬ଟା ଦର୍ଶନ କଟକଣା
  • ||
  • ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବଢିଲା ଟ୍ରମ୍ପ-ମସ୍କ କଳି ; ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ଚାହାନ୍ତି ମସ୍କ, କହିଲେ ଜେଡି ଭାନ୍ସଙ୍କୁ ମିଳୁ ରାଷ୍ଟ୍ରପତି ପଦ
  • ||
  • ଜୁନ୍‌ ୧୨ ଆଗରୁ ଫେରିବନି ମୌସୁମୀ : ଆଗକୁ ଆହୁରି ସିଝାଇବ, ଛଟପଟ କରିବ ତାତି, ଲଘୁଚାପ ହିଁଁ ଭରସା
  • ||

ହରିଡ଼ାଖଣ୍ଡି ପୋଖରୀରୁ ମୃତଦେହ ଉଦ୍ଧାର

Published By : Rasmita Pradhan | June 6, 2025 9:25 AM

ବ୍ରହ୍ମପୁର, ୬/୬ : ଗଞ୍ଜାମ ଜିଲ୍ଲା ବଡ଼ବଜାର ଥାନା ହରିଡ଼ାଖଣ୍ଡି ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଗେଟ୍ ବଜାର ଗୋଲାପଲ୍ଲି ସାହିର ଦୀନବନ୍ଧୁ ପ୍ରଧାନ(୫୩ ବର୍ଷ)। 

ସୂଚନା ମୁତାବକ, ଦୀନବନ୍ଧୁ ବୁଧବାର ରାତି ୧୦ଟାରେ ଘରୁ ସାଇକେଲ ଧରି ବୁଲିବାକୁ ବାହାରିଥିଲେ। ପ୍ରତିଦିନ ଅଧଘଣ୍ଟା ବୁଲିବା ପରେ ସେ ଫେରି ଆସନ୍ତି। କିନ୍ତୁ ବୁଧବାର ରାତିରେ ଆଉ ଫେରି ନଥିଲେ। ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ। ଶେଷରେ ନପାଇ ନିଖୋଜ ହୋଇଥିବା ମେସେଜ ବିଭିନ୍ନ ସୋସିଆଲ ମିଡିଆରେ ଛାଡିଥିଲେ। ଶୁକ୍ରବାର ସକାଳୁ ହରିଡ଼ାଖଣ୍ଡି ପୋଖରୀରେ ଏକ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ପୁଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ପୁଲିସ ଉପସ୍ଥିତିରେ ଅଗ୍ନିଶମ ବାହିନୀ ମୃତଦେହକୁ ପୋଖରୀରୁ ବାହାର କରିଥିଲେ। ଏହା ଦୀନବନ୍ଧୁଙ୍କ ମୃତଦେହ ବୋଲି ଚିହ୍ନଟ ହୋଇଥିଲା। ତେବେ କେଉଁ ପରିସ୍ଥିତିରେ ଦୀନବନ୍ଧୁଙ୍କର ମୃତ୍ୟୁ ହେଲା ତାହା ଅସ୍ପଷ୍ଟ ରହିଛି। ଶବ ବ୍ୟବଚ୍ଛେଦ ପାଇଁ ଏମକେସିଜି ହସ୍ପିଟାଲକୁ ପଠାଯାଇଛି। ମୃତକ ଜଣଙ୍କ ପକ୍ଷାଘାତ ରୋଗରେ ପୀଡ଼ିତ ଥିଲେ ବୋଲି ଜଣାପଡ଼ିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.