ପ୍ରମୂଖ ଖବର
  • ତାମିଲନାଡୁ କପଡ଼ା ଶିଳ୍ପକୁ ଟ୍ରମ୍ପ ଟାରିଫ୍‌ ଝଟକା, ୨୦ ହଜାର ଫ୍ୟାକ୍ଟ୍ରିରେ ୩୦ ଲକ୍ଷ ଛଟେଇ ଆଶଙ୍କା
  • ||
  • ଏସିଆ କପ୍ ପାଇଁ ପାକିସ୍ତାନ ଦଳ ଘୋଷଣା, ବାବର-ରିଜୱାନ ବାଦ୍, ସେପ୍ଟେମ୍ୱର ୯ରୁ ଆରମ୍ଭ ହେବ ଟୁର୍ଣ୍ଣାମେଣ୍ଟ
  • ||
  • ବ୍ରହ୍ମପୁର : MKCG ମେଡିକାଲରେ ଅଗ୍ନିକାଣ୍ଡ, ସର୍ଟସର୍କିଟ୍‌ରୁ ମୁଖ୍ୟ ପରୀକ୍ଷାଗାର ସହ ବାୟୋ କେମିକାଲ୍ ସେକ୍ସନରେ ଲାଗିଲା ନିଆଁ
  • ||
  • ନାଇଜେରିଆରେ ଭୟଙ୍କର ବୋଟ୍ ଟ୍ରାଜେଡି : ମଝି ନଈରେ ଓଲଟିଲା ବୋଟ୍, ୧୦ ଉଦ୍ଧାର ୪୦ ନିଖୋଜ
  • ||
  • ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବଣଭୋଜି ବେଶ, ସନ୍ଧ୍ୟା ଧୂପ ପରେ ହେବ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି
  • ||
  • ମାଲକାନଗିରିକୁ ରେଡ୍ ଆଲର୍ଟ, ଆଜି ପାଇଁ ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କଲେ ଜିଲ୍ଲାପାଳ
  • ||
  • ସୋମବାର ଅବପାତ ରୂପ ନେବ ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ଅତି ଭୀଷଣ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ
  • ||

ଟ୍ରେନ୍ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ

Published By : Anindita Ratha | August 10, 2025 1:03 PM

ନୂଆପଡ଼ା,୧୦/୦୮: ଟ୍ରେନ୍ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତକ ଯୁବକ ହେଲେ ନୂଆପଡ଼ା ଜିଲ୍ଲା କୋମନା ଥାନା ଢୋର୍ଲାମୁଣ୍ଡା ଗାଁର ରାଜକୁମାର ମହାନନ୍ଦ । ଏନେଇ କଣ୍ଟାବାଞ୍ଜ  ଜିଆରପି ପୁଲିସ ପହଞ୍ଚି ମୃତଦେହକୁ ଜବତ କରିଛି । 

ସୂଚନା ମୁତାବକ, ଆଜି ସକାଳୁ ନୂଆପଡ଼ା ରେଲୱେ ଷ୍ଟେସନ ଓ ଫାଟକ ମଝି ରେଳ ଲାଇନ ଉପରେ ଜଣେ ଯୁବକଙ୍କ ମୃତଦେହ ପଡିଥିଲା । ଆଜି ପୂର୍ବାହ୍ନରେ ସ୍ଥାନୀୟ ଷ୍ଟେସନ ମାଷ୍ଟରଙ୍କ ଠାରୁ ସୂଚନା ପାଇ କଣ୍ଟାବାଞ୍ଜି ଜିଆରପି ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଥିଲା । ତେବେ ଟ୍ରେନରେ କଟି ଯୁବକଙ୍କ ମୁଣ୍ଡ ଓ ଗଣ୍ଡି ଅଲଗା ହୋଇଯାଇଛି । ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚିଲେ ଯୁବକଙ୍କ ମୃତ୍ୟୁର କାରଣ ଜଣାପଡିବ ବୋଲି ସନ୍ଦେହ କରାଯାଉଛି । ଏବେ ଘଟଣାର ବିଭିନ୍ନ ଦିଗ ଉପରେ ଅଧିକ ତଦନ୍ତ ଚାଲିଥିବା ଜିଆରପି ଏଏସଆଇ ମହେଶ୍ୱର ପ୍ରଧାନ ସୂଚନା ଦେଇଛନ୍ତି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.