ପ୍ରମୂଖ ଖବର
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ଜନଗଣନା ନେଇ ଆଜି ପ୍ରକାଶ ପାଇବ ଗେଜେଟ ବିଜ୍ଞପ୍ତି, ପ୍ରଥମ ଥର ସାମିଲ ହେବ ଜାତି ଭିତିକ ଜନଗଣନା
  • ||
  • ମେଗା ନିଯୁକ୍ତି ମେଳା: ଆଜି ୯୬୪ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ଷୋଡ଼ଶ ଜନଗଣନାର ପ୍ରସ୍ତୁତି ସମୀକ୍ଷା କଲେ ଶାହ, ଆଜି ଆସିବ ଜନଗଣନା ଗେଜେଟ ବିଜ୍ଞପ୍ତି
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ବିଲରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

Published By : Ladu Kishor | June 15, 2025 9:59 PM

ରାଜଗାଙ୍ଗପୁର୧୫/୬ : ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ଣା ଫାଣ୍ଡି ଅନ୍ତର୍ଗତ ଟୁଙ୍ଗୁରିଟୋଲି ଗ୍ରାମ ରାସ୍ତାର ୩୦ ମିଟର ଦୂରରେ ଏକ ବିଲରୁ ଜଣେ ଯୁବକଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି। ରବିବାର ଦ୍ୱିପ୍ରହର ସମୟରେ ଏଠାରେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ପୁଲିସକୁ ସୂଚନା ଦେଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ରାଜଗାଙ୍ଗପୁର ଶବଗୃହକୁ ପଠାଇ ତଦନ୍ତ ଆରମ୍ଭ କରିଛି। ତେବେ ଯୁବକଙ୍କ ମୃତଦେହରେ କୌଣସି କ୍ଷତ ଦେଖିବାକୁ ମିଳିନଥିବା ବେଳେ  ଥିବା ତାଙ୍କ ପକେଟରୁ ନଗଦ ୭ହଜାର ୩୫୦ ଟଙ୍କା ସହ ରାଜଗାଙ୍ଗପୁରରୁ ଗର୍ଭଣା ପର୍ଯ୍ୟନ୍ତ କଟାଯାଇଥିବା ମୋ ବସର ଟିକଟ ମିଳିଛି । ବର୍ତ୍ତମାନ ସୁଦ୍ଧା ମୃତ ଯୁବକଙ୍କ ପରିଚୟ ଜଣାପଡ଼ି ନଥିବା ବେଳେ ଯୁବକଙ୍କ ମୃତ୍ୟୁ କିଭଳି ହେଲା ତାହା ସ୍ପଷ୍ଟ ହୋଇନାହିଁ।ପୁଲିସ ଏ ଦିଗରେ ତଦନ୍ତ ଚଳାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.