ପ୍ରମୂଖ ଖବର
  • ଭୁବନେଶ୍ୱର : ଅତ୍ୟଧିକ ଗରମରୁ ATM ମେସିନ୍‌ରେ ଲାଗିଲା ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

ବାଲିଘାଟରୁ ହାଇୱା ଚାଳକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Published By : prameya | May 18, 2025 2:15 PM

ଢେଙ୍କାନାଳ,୧୮/୦୫:ଢେଙ୍କାନାଳ ଜିଲ୍ଲା ସଦର ବ୍ଳକ ବଣସିଂହ ପଞ୍ଚାୟତର ନାଗେନା ବାଲିଘାଟରୁ ହାଇୱା ଚାଳକଙ୍କ ମୃତଦେହ ଉଦ୍ଧାର । ମୃତକ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଖମାର ଗ୍ରାମର ରୁଦ୍ର ନାରାୟଣ ନାଏକ ବୋଲି ଜଣାପଡ଼ିଛି। ହତ୍ୟା ସନ୍ଦେହରେ ୨ ଜଣଙ୍କୁ ଅଟକ ରଖି ପୁଲିସର ତଦନ୍ତ ଜାରି ରହିଛି। 

ସୂଚନା ମୁତାବକ, ଶନିବାର ରାତି ୧୧ଟା ସମୟରେ ରୁଦ୍ର ବାଲି ଘାଟକୁ ଟିପ୍ପର ନେଇ ଯାଇଥିଲେ। ଦୁଇ ଟ୍ରିପ ବାଲି ପକାଇବା ପରେ ଭୋର୍ ସମୟରେ ପୁଣି ଘାଟକୁ ଆସିଥିଲେ। ପରେ ସେଠାରେ କେହି ତାଙ୍କୁ ମାରି ପକାଇ ଦେଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ। ସକାଳୁ ଏହି ଖବରପାଇ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚିଥିଲେ। ଘଟଣାକୁ ନେଇ ବାଲିଘାଟରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି। ସଦରଥାନା ପୁଲିସ ବାଲିଘାଟରେ ପହଞ୍ଚି ତଦନ୍ତ ଜାରି ରଖିବା ସହ ହତ୍ୟା ସନ୍ଦେହରେ ସୁକିନ୍ଦା ଅଂଚଳର ଚିନ୍ମୟ ବେହେରା ଓ ବଡ଼ ନଗେନା ଗ୍ରାମର ପ୍ରମୋଦ ବେହେରା ନାମକ ଦୁଇଜଣ ପୋକଲିନ ଅପରେଟରଙ୍କୁ ଅଟକ ରଖି ପଚରା ଉଚୁରା କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.