ପ୍ରମୂଖ ଖବର
  • ଆୟର୍ଲାଣ୍ଡରେ ଭାରତୀୟ ନାଗରିକଙ୍କ ଉପରେ ଆକ୍ରମଣ ମାମଲା ବୃଦ୍ଧି, ସତକର୍ତା ଜାରି କଲା ଦୂତାବାସ
  • ||
  • ଓଲିଉଡ୍ ପାଇଁ ପୁଣି ଖୁସି ଖବର, ଓଡ଼ିଆ ଫିଲ୍ମ ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର
  • ||
  • ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ, ଧରାପଡ଼ିଲେ ରାଜସ୍ବ ବିଭାଗର ବରିଷ୍ଠ କିରାଣୀ
  • ||
  • ଶରଧାବାଲି ଦଳାଚକଟା ଘଟଣା: ଉନ୍ନୟନ କମିଶନରଙ୍କ ରିପୋର୍ଟକୁ ତର୍ଜମା କରୁଛନ୍ତି ମୁଖ୍ୟମନ୍ତ୍ରୀ
  • ||
  • ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ; ୭ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି
  • ||
  • ଅନୀଲ ଅମ୍ବାନୀଙ୍କୁ ଇଡ଼ି ସମନ, ୧୭ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାରେ ହେବ ପଚରାଉଚରା
  • ||
  • ବିଜେପିକୁ ବଡ଼ ଝଟ୍‌କା, ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ NDA ସହିତ ସମ୍ପର୍କ ଭାଙ୍ଗିଲା ଓପିଏସ୍‌
  • ||
  • କୋରିଅର୍‌ ସଂସ୍ଥାରେ ମିଳିତ ଚଢ଼ାଉ, ୧୭ ହଜାର ବୋତଲ କଫ୍‌ ସିରପ୍‌ ଜବତ
  • ||
  • ଶୁକ୍ରବାର ବିଏଡ୍‌ ପ୍ରବେଶିକା ପରୀକ୍ଷା ଫଳ, ୮ରେ ପ୍ରଥମ ପର୍ଯ୍ୟାୟ ସିଟ୍‌ ଆବଣ୍ଟନ, ୧୧ରୁ ନାମଲେଖା
  • ||
  • ଦିଗପହଣ୍ଡି : ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ଟ୍ୟୁସନ ସାର୍ ଗିରଫ
  • ||
  • ଫୁଟିଲା ଟାରିଫ୍ ବୋମା; ୧୦ରୁ ୪୧% ଯାଏ ରେସିପ୍ରୋକାଲ ଟାରିଫ୍ ଆଦେଶ ଉପରେ ଟ୍ରମ୍ପଙ୍କ ସାଇନ୍, ଭାରତ ସମେତ ୭୦ ଦେଶ ଉପରେ ପଡିବ ପ୍ରଭାବ
  • ||
  • ୩ ମାସ ପରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା, ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||
  • ରାଜ୍ୟରେ ଏବେ କାଁ ଭାଁ ବର୍ଷା ସମ୍ଭାବନା, ବଢ଼ିବ ତାପମାତ୍ରା: ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ ଆଣିଲେ ପରିବାର

Published By : Anindita Ratha | July 29, 2025 1:52 PM

ବଣାଇଁ,୨୯/୦୭: ସୁନ୍ଦରଗଡ଼ ଜିଲ୍ଲା ବଣାଇଁ ଥାନା ଅଞ୍ଚଳର କନ୍ତସରା ଗ୍ରାମରେ ଅଭାବନୀୟ ଘଟଣା । ସନ୍ଦେହଜନକ ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ ହେଲେ ରଞ୍ଜିତ କିଷାନ । ସେପଟେ ପରିବାର ଲୋକ ପୁଅକୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ କରିଛନ୍ତି।  

ସୂଚନା ଅନୁଯାୟୀ, କିଛିଦିନ ପୂର୍ବରୁ ରଞ୍ଜିତଙ୍କ ଦେହ ଅସୁସ୍ଥ ହୋଇଥିଲା। ଶରୀର ଦୁର୍ବଳତା ଯୋଗୁଁ ସେ ଶ୍ରମ କରିବାକୁ ନଯାଇ ଘରେ ବିଶ୍ରାମ ନେଉଥିଲେ। ଗତକାଲି ସକାଳେ ପିଲାମାନେ ଟିଉସନକୁ ଯାଇଥିବା ବେଳେ ପତ୍ନୀ ଚାଷ କାର୍ଯ୍ୟ କରିବାକୁ ବିଲକୁ ଯାଇଥିଲେ। ଅପରାହ୍ନରେ ସମ୍ପର୍କୀୟ ପୁତୁରା, ରଞ୍ଜିତ ଅଚେତ ଅବସ୍ଥାରେ ବାରଣ୍ଡାରେ ପଡିଥିବାର ଦେଖିବାକୁ ପାଇଥିଲେ। ଯାହାପରେ ତାଙ୍କ ପୁତୁରା ରଞ୍ଜିତଙ୍କ ପତ୍ନୀଙ୍କୁ ଯାଇ ଡାକିଥିଲେ । ସେ ଖବର ପାଇ ସ୍ବାମୀଙ୍କ ନିକଟରେ ପହଞ୍ଚି ଆମ୍ବୁଲାନ୍ସ ଡାକି ବଣାଇ ଡାକ୍ତରଖାନାକୁ ନେଇଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। 

ସ୍ବାମୀଙ୍କ ବେକରେ କଳା ଦାଗ,ନଖ ଚିହ୍ନ ଏବଂ ମୁହଁ ତଳକୁ ଥିବା ବେଳେ ରକ୍ତଦାଗ ଥିବାରୁ ସ୍ବାମୀଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରିନଥିଲେ ପତ୍ନୀ। ଏ ନେଇ ସେ ବଣାଇ ଥାନାରେ ସ୍ବାମୀଙ୍କୁ କେହି ହତ୍ୟା କରିଥିବା ନେଇ ଅଭିଯୋଗ କରିଛନ୍ତି।





Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.