ପ୍ରମୂଖ ଖବର
  • ଖୋର୍ଦ୍ଧା : ପାଣିରେ ଭାସୁଛି ଅଜଣା ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

ଟିଟିଲାଗଡ଼, ୦୮/୦୭ : ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର। ସୋମବାର ସକାଳୁ ଟିଟିଲାଗଡ଼ ସହର ମଝିରେ ଥିବା ପୋଖରୀ ମହାରାଜ ସାଗର ଭିତରୁ ଏହି ଶବ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି। 

ସୂଚନାନୁଯାୟୀ, ସୋମବାର ସକାଳୁ ଆଇ ଲଭ୍ ଟିଟିଲାଗଡ଼ ପାର୍କ ନିକଟରେ ଥିବା ମହାରାଜ ସାଗର ପୋଖରୀରେ ଏକ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏନେଇ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଗ୍ନିଶମ ବାହିନୀ ସହାୟତାରେ ମୃତଦେହକୁ ଉଦ୍ଧାର କରିଛି। ମୃତଦେହଟି ଜଣେ ଯୁବକଙ୍କର ହୋଇଥିବା ବେଳେ ତାଙ୍କର ପରିଚୟ ଅସ୍ପଷ୍ଟ ରହିଛି। ଯୁବକଙ୍କ ବୟସ ପାଖାପାଖି ୩୫ ରୁ ୪୦ ହେବ ବୋଲି ଅନୁମାନ କରାଯାଉଛି। ସେ ଏକ ବ୍ଲୁ ରଙ୍ଗର ଜିନ୍ସ ପ୍ୟାଣ୍ଡ ଏବଂ ଧୂସର ରଙ୍ଗର ଟି ସାର୍ଟ ପିନ୍ଧିଥିବା ଦେଖିବାକୁ ମିଳିଛି। ତାଙ୍କର ମୁହଁ ସମ୍ପୂର୍ଣ୍ଣ ଭାବରେ ବିକୃତ ହୋଇଯାଇଥିବା ଯୋଗୁଁ ଯୁବକଙ୍କୁ ଚିହ୍ନିବା କଷ୍ଟକର ହୋଇପଡିଛି। ତେବେ ଏହା ହତ୍ୟା ନା ଦୁର୍ଘଟଣା ତାହା ଅସ୍ପଷ୍ଟ ରହିଛି। ଟିଟିଲାଗଡ଼ ପୋଲିସ ଏନେଇ ତଦନ୍ତ ଚଳାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.