ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ନଦୀରୁ ଦିବ୍ୟାଙ୍ଗଙ୍କ ମୃତଦେହ ଉଦ୍ଧାର, ଗାଈ ଘଉ଼ଡେଇବାକୁ ଯାଇ ବୁଡ଼ିଗଲେ

Published By : Ankita S | May 13, 2025 2:38 PM

ଯାଜପୁର,୧୩/୦୫: ପାଣିକୋଇଲି ଥାନା ତଣ୍ଡରା ଗ୍ରାମ ନିକଟସ୍ଥ ଖରସ୍ରୋତା ନଦୀରେ ଦିବ୍ୟାଙ୍ଗଙ୍କ ମୃତଦେହ ଉଦ୍ଧାର ହୋଇଛି । ଗତକାଲିଠୁ ସେ ନିଖୋଜ ଥିଲେ । ଆଜି ଦମକଳ ବାହିନୀ ତାଙ୍କ ମୃତଦେହ ଉଦ୍ଧାର କରିଛନ୍ତି । ମୃତକ ଏହି ଗ୍ରାମର କୈଳାସ ମଲିକଙ୍କ ପୁଅ ସିଦ୍ଧାନ୍ତ ବୋଲି ଜଣାପଡ଼ିଛି ।

ଗତକାଲି (ସୋମବାର) ମଧ୍ୟାହ୍ନରେ ସିଦ୍ଧାନ୍ତ ନଦୀରେ ପଶିଥିବା ଗାଈକୁ ଘଉ଼ଡେଇବାକୁ ଯାଇ ନିଖୋଜ ହେଇଯାଇଥିଲା । ଦୀର୍ଘ ସମୟ ଧରି ତାଙ୍କୁ ଘରଲୋକ ଖୋଜା ଖୋଜି କରିଥିଲେ । ହେଲେ କୌଣସି ପତ୍ତା ମିଳିନଥିଲା । ତାଙ୍କୁ କୁମ୍ଭୀର ଟାଣି ନେଇଥିବା ଆଶଙ୍କା କରିଥିଲେ । ତଥାପି ମନରେ ଥିଲା ସିଦ୍ଧାନ୍ତ ମିଳିବେ । ହେଲେ କିଛି ସୁଫଳ ମିଳିନଥିଲା । 

ଆଜି(ମଙ୍ଗଳବାର) ସକାଳୁ ଦମକଳ ବହିନୀ ପହଞ୍ଚି ନଦୀରେ ଭାସୁଥିବା ସିଦ୍ଧାନ୍ତଙ୍କ ମୃତଦେହ ଉଦ୍ଧାର କରିଥିଲେ । ସିଦ୍ଧାନ୍ତଙ୍କ ଦେହରେ କୌଣସି କ୍ଷତ ଚିହ୍ନ ନଥିବାରୁ ସେ ବୁଡି ଯାଇଥିବା ଅନୁମାନ କରା ଯାଉଛି । ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ଅପମୃତ୍ୟୁ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ ଚଳାଇଛି । ସିଦ୍ଧାନ୍ତଙ୍କୁ ହରାଇ ପରିବାର ଭାଙ୍ଗି ପଡିଛନ୍ତି । ଗାଁରେ ବି ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.