ପ୍ରମୂଖ ଖବର
  • ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ
  • ||
  • ଖୋର୍ଦ୍ଧା : ଖୋର୍ଦ୍ଧା ହଳଦିଆ କଲେଜ୍‌ରେ ଅଧ୍ୟକ୍ଷଙ୍କୁ ପିଟିଲେ ଅଧ୍ୟାପକ, ଥାନାରେ ମାମଲା
  • ||
  • ପୁରୀ : ୧୧ ଦିନର ସେବା ପରେ ସୁସ୍ଥ ହୋଇଛନ୍ତି ଶ୍ରୀଜିଉ, ପୁଣି ବଡ଼ଦେଉଳରେ ବାଜିଲା ବିଜେ କାହାଳୀ ଓ ଘଣ୍ଟ
  • ||
  • ଭୁବନେଶ୍ଵର : ଏବେ ବି ୧୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା, ମୟୂରଭଞ୍ଜରେ ସବୁଠୁ କମ୍
  • ||

ଅଂଶୁଘାତରେ ୨ ଜଣଙ୍କ ମୃତ୍ୟୁ ଅଭିଯୋଗ

ଭୁବନ,୩୦।୫ :  ପ୍ରବଳ ଖରା ଯୋଗୁ ଅଂଶୁଘାତରେ  ୨ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।  ମୃତକ ଦୁଇ ଜଣ ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ୍ବାର୍ଡ-୧ ର ୫୨ ବର୍ଷୀୟ ସୁଧାଂଶୁ ଭୁଷଣ ପୃଷ୍ଟି ଓ ଅନ୍ୟ ଜଣେ ବାରୁଆଁ ପଞ୍ଚାୟତ ମଠଖୋକସା ଗ୍ରାମର କବି ରାଉତ (୩୦) । ସୁଧାଂଶୁ ଜଣେ ପରିବା ବ୍ୟବସାୟୀ । ସେ ପରିବା ଦୋକାନ ବନ୍ଦ କରି ଘରକୁ ଫେରୁଥିବା ସମୟରେ ରାସ୍ତାରେ ଟଳି ପଡିଥିଲେ । ସ୍ଥାନିୟ ଲୋକେ ସୁଧାଂଶୁଙ୍କୁ ଉଦ୍ଧାର କରି ଭୁବନ ମେଡିକାଲରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । 

ସେହିପରି ଭୁବନ ଥାନା ମଠଖୋକସା ଗ୍ରାମର କବି ରାଉତ ଘରେ ବସିଥିବା ସମୟରେ ଅତ୍ୟଧିକ ଗରମ ଯୋଗୁଁ ଅସୁସ୍ଥ ଅନୁଭବ କରି ତଳେ ପଡିଯାଇଥିଲେ । ପରିବାର ଲୋକେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭୁବନ ମେଡିକାଲରେ ଭର୍ତ୍ତି କରାଇଥିଲେ । ମେଡିକାଲରେ ଡାକ୍ତର   ତାଙ୍କୁ ମଧ୍ୟ ମୃତ ଘୋଷଣା କରିଛନ୍ତି । ତେବେ ଦୁଇ ମୃତକଙ୍କ ପରିବାର ଲୋକେ ଅସହ୍ୟ ଖରାତାପ ଯୋଗୁଁ ମୃତ୍ୟୁ ହୋଇଥିବା ଭୁବନ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଦୁଇ ଜଣଙ୍କ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଚଳାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.