ପ୍ରମୂଖ ଖବର
  • ବାଙ୍କୀ : ଭଗିପୁର ଗ୍ରାମରେ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • HMPV ଭାଇରସ୍ ମାମଲା ମିଳିବା ପରେ ଆସାମରେ ଆତଙ୍କ,୧୦ ମାସର ଶିଶୁ ସଂକ୍ରମିତ
  • ||
  • ବାଲିଗୁଡ଼ା : ବାପା ସାଜିଲା ହତ୍ୟାକାରୀ, ମଦ୍ୟପ ପୁଅକୁ ଛୁରୀ ଭୁସିଦେଲା ବାପା
  • ||
  • ବଲାଙ୍ଗୀର : ଚାଲାଣ ବେଳେ ୨୫ ଶ୍ରମିକ ଉଦ୍ଧାର, ଜଣେ ଦଲାଲ ଅଟକ
  • ||
  • କେନ୍ଦୁଝର : ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ୍‌, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ବ୍ରହ୍ମପୁର : ପରିତ୍ୟକ୍ତ ଘରୁ ଏକାଧିକ ବୋମା ଜବତ, ନିଷ୍କ୍ରିୟ କରିବାରୁ ଆସିଲା ସ୍ବତନ୍ତ୍ର ଟିମ୍
  • ||
  • ରହିତାଦେଶ ହଟାଇଲେ ହାଇକୋର୍ଟ: ଭାଙ୍ଗିବ ବୈକୁଣ୍ଠଧାମ ଆଶ୍ରମ, ଜବାବ ରଖିବା ଲାଗି ସମୟ ନେଲେ ଆବେଦନକାରୀ
  • ||
  • ବାଲେଶ୍ୱରରେ ବସ୍ତି ଉଚ୍ଛେଦ ପାଇଁ କର୍ଫ୍ୟୁ ଜାରି, ରବିବାର ରାତି ୧୦ ଯାଏ କଟକଣା ଲାଗୁ
  • ||
  • ଦାରିଙ୍ଗବାଡ଼ିରେ ସର୍ବାଧିକ ତୁଷାରପାତ, ଜମୁଛି ପର୍ଯ୍ୟଟକଙ୍କ ଭିଡ଼
  • ||
  • ରାମ ଲାଲଙ୍କ ପ୍ରାଣ ପ୍ରତିଷ୍ଠାକୁ ପୂରିଲା ବର୍ଷେ, ଅଯୋଧ୍ୟାରେ ଭବ୍ୟ ଆୟୋଜନ
  • ||
  • ଖୋର୍ଦ୍ଧା : ୫୦ କେଜି ଗଞ୍ଜେଇ ସହ କାର୍‌ ଜବତ, ୩ ଗିରଫ
  • ||
  • କଟକ : ବାଉଁଶ ବ୍ୟବସାୟୀଙ୍କ ଘରକୁ ବୋମାମାଡ଼, ପୂର୍ବ ଶତୃତାକୁ କେନ୍ଦ୍ର କରି ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ରାଜ୍ୟରେ ରବିବାରଠୁ କମିବ ଶୀତ, ୨ରୁ ୪ ଡିଗ୍ରୀ ବଢ଼ିପାରେ ପାରଦ: ୧୦ ଜିଲ୍ଲାକୁ କୁହୁଡ଼ି ଆଲର୍ଟ
  • ||

ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି

Published By : Anindita | January 11, 2025 10:04 AM

ନୂଆଦିଲ୍ଲୀ,୧୧/୦୧:  ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ସରଗରମ ରାଜନୀତି ।  ଆଉ ଏହାରି ମଧ୍ୟରେ ଆଜି ଆସିପାରେ ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା।  ଆଉ ୪୧ ଆସନ ପାଇଁ ଆସିବ ତାଲିକା । ସେପଟେ ଆଜି ନିର୍ବାଚନକୁ ନେଇ  ବିଜେପିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି।  ଖବର ଅନୁଯାୟୀ ଗୃହମନ୍ତ୍ରୀ ଅମିତ ଶାହା ଆଜି ଦିଲ୍ଲୀର ବସ୍ତି ମୁଖିଆଙ୍କୁ ଭେଟିବେ। ଏହି ବୈଠକରେ ପ୍ରାୟ ୩ ହଜାର ବସ୍ତିର ପ୍ରତିନିଧୀଙ୍କ ସହ ଆଲୋଚନା କରାଯିବ। ତେବେ ବିଜେପି ଦିଲ୍ଲୀର ଗରିବ ଏବଂ ଶ୍ରମିକ ଶ୍ରେଣୀକୁ ଯୋଡିବାକୁ ଚେଷ୍ଟା କରୁଛି। ଏଥି ସହିତ ଦିଲ୍ଲୀ ବିଜେପି ମଧ୍ୟାହ୍ନ ୧୨ଟାରେ ନିର୍ବାଚନ ଗୀତ ଲଞ୍ଚ କରିବ। 

ଖବର ଅନୁଯାୟୀ, ବିଜେପିର ଦ୍ୱିତୀୟ ପ୍ରାର୍ଥୀ ତାଲିକା  ଆଜି ପ୍ରକାଶ ପାଇପାରେ। ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ସଭାପତି ଜେପି ନାଡା, ଦିଲ୍ଲୀ ବିଜେପି ସଭାପତି ବିରେନ୍ଦ୍ର ସଚ୍ଚେଦେବ ଏବଂ ଅନ୍ୟାନ୍ୟ ବଡ ନେତା ଯୋଗ ଦେଇଥିଲେ। ଏହି ବୈଠକରେ ଦିଲ୍ଲୀର ଅବଶିଷ୍ଟ ୪୧ ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଉପରେ ଆଲୋଚନା କରାଯାଇଥିଲା। ବିଶ୍ୱାସ ରହିଛି ଯେ ଆଜି ବିଜେପି ଏହି ୪୧ ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିବ। ଗତ ସପ୍ତାହରେ ବିଜେପି ୨୯ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଥିଲା।  ଯେଉଁଥିରେ ଦଳର ଅନୁଭବୀ ଓ ବରିଷ୍ଠ ନେତାମାନଙ୍କୁ ଅଗ୍ରାଧିକାର ଦେଇଥିଲା। ଦିଲ୍ଲୀକୁ ଏଥର ବିଜେପି ଦଖଲ ପାଇଁ ଜୋରସର ଉଦ୍ୟମ କରୁଥିବା ବେଳେ ଆପ୍‌କୁ କଡ଼ା ଟକ୍କର ଦେବା ଲାଗି ବିଜେପି ସବୁ ପ୍ରକାର ରଣନୀତି ଆପଣାଉଛି।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.