ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ପିଏମ ମୋଦୀଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ, ରାଜଧାନୀର କଲ୍ୟାଣ ଏବଂ ପ୍ରଗତି ପାଇଁ ଉଭୟ ସରକାରଙ୍କ ଭିତରେ ଆଲୋଚନା ହୋଇଥିବା ଚର୍ଚ୍ଚା…

Published By : Prameya | October 14, 2024 4:20 PM

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ଆତିଶୀ ଆଜି (ସୋମବାର) ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏହି ସୂଚନା ଦେଇଛି । ଏହା ସହିତ ପ୍ରଧାନମନ୍ତ୍ରୀ ମୋଦି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ମଧ୍ୟରେ ହୋଇଥିବା ବୈଠକର ଏକ ଚିତ୍ର ମଧ୍ୟ ସେୟାର କରିଛି । ସୂଚନାଥାଉକି, ନିକଟରେ ଅରବିନ୍ଦ କେଜ୍ରିୱାଲ ଜେଲରୁ ବାହାରିବା ପରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ  । ଏହା ପରେ ଆତିଶୀ ବିଧାୟକ ଦଳ ବୈଠକରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିଲେ।

ପିଏମ ମୋଦୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ଆତିଶୀ ସୋସିଆଲ ମିଡିଆ ପ୍ଲାଟଫର୍ମରେ ପୋଷ୍ଟ କରିଛନ୍ତି । ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି କି,'ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲି । ଆମ ରାଜଧାନୀର କଲ୍ୟାଣ ଏବଂ ପ୍ରଗତି ପାଇଁ ମୁଁ କେନ୍ଦ୍ର ଏବଂ ଦିଲ୍ଲୀ ସରକାରଙ୍କ ମଧ୍ୟରେ ପୂର୍ଣ୍ଣ ସହଯୋଗକୁ ଆଶା କରିଛି । 

ତେବେ ଦିଲ୍ଲୀର ସିଏମ୍ ହେବା ପରେ ଆତିଶୀ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଛନ୍ତି । ତେଣୁ ଏହି ବୈଠକକୁ ଆହୁରି ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି। ନିକଟରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ତିହାର ଜେଲରୁ ବାହାରିଥିଲେ । ଜେଲରୁ ବାହାରିବା ପରେ ଜନତାଙ୍କ ଅଦାଲତରେ ସମ୍ବୋଧିତ କରିବାବେଳେ ସେ ତାଙ୍କ ଇସ୍ତଫା ଘୋଷଣା କରିଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.