ପ୍ରମୂଖ ଖବର
  • ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି
  • ||
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

ପ୍ରବଳ ବର୍ଷାରେ ଭୁଶୁଡିଲା ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ, ଜଣେ ମୃତ

ନୂଆଦିଲ୍ଲୀ,୨୮/୬: ପ୍ରବଳ ବର୍ଷା ଯୋଗୁ ଭୁଶୁଡ଼ିଲା ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଏଥିସହ ଛାତ ଭଗ୍ନାଂବଶେଷ ତଳେ କିଛି କାର୍ ଚାପି ହୋଇଯାଇଛି। ସେପଟେ  ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନା ମୁତାବକ, ପ୍ରବଳ ବର୍ଷା ଯୋଗୁଁ ଆଜି ଭୋର ପ୍ରାୟ ସାଢ଼େ ୫ଟା ସମୟରେ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତଟି ଭୁଶୁଡ଼ି ପଡ଼ିଥିଲା। ଏହି ସମୟରେ ଛାତ ଭଗ୍ନାଂବଶେଷ ତଳେ କିଛି କାର୍ ଭିତରେ ଚାପି ହୋଇଯାଇଥିଲା। କାର୍‌ରେ ଲୋକ ମଧ୍ୟ ଥିଲେ। ଅଗ୍ନିଶମ ବିହାନୀ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଲୋକମାନଙ୍କୁ କାର୍‌ ଭିତରୁ ଉଦ୍ଧାର କରିଥିଲେ। ଉଦ୍ଧାର କାର୍ଯ୍ୟରେ ୩ଟି ଦମକଳବାହିନୀ ନିୟୋଜିତ ହୋଇଛନ୍ତି। ତେବେ ଅଘଟଣ ପରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଟ୍ୱିଟ୍ କରି କହିଛନ୍ତି, ମୁଁ ନିଜେ ଏହି ଘଟଣାର ମନିଟରିଂ କରୁଛି। ଭଶୁଡିବା ସାଇଟରେ କାମ ଚାଲିଛି। ଏଥିସହ ଯେଉଁ ବିମାନଯାତ୍ରୀମାନେ ଟର୍ମିନାଲ ୱାନରେ ବିଭିନ୍ନ ସମସ୍ୟାରେ ସମ୍ମୁଖୀନ ହୋଇଛନ୍ତି, ସେମାନଙ୍କୁ ସହଯୋଗ କରାଯାଇଛି। ଏଥିସହ ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରକାଶଥାଉକି, ଗତକାଲି ରାତିରେ ଦିଲ୍ଲୀରେ ପ୍ରବଳ ବର୍ଷା ସହ ପବନ ହୋଇଥିଲା। ଲଗାଣ ବର୍ଷା ଯୋଗୁଁ ଦିଲ୍ଲୀରେ ବିଭିନ୍ନ ଅଞ୍ଚଳ ଜଳବନ୍ଦୀ ହୋଇଯାଇଥିଲା। ଫଳରେ ଯାତାୟତ କରିବାରେ ଅସୁବିଧା ହୋଇଥିଲା।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.