ପ୍ରମୂଖ ଖବର
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ଫକୀରମୋହନ କଲେଜରୁ ଫେରିଲା ଦିଲ୍ଲୀର ୪ଜଣିଆ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍

Published By : Gurupada Nath | July 18, 2025 6:40 PM

ନୀଳଗିରି,୧୮/୭ : ଫକୀରମୋହନ କଲେଜରେ ଦିଲ୍ଲୀରୁ ୟୁଜିସିର ୫ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଦୀର୍ଘ ୫ ଘଣ୍ଟା ତଦନ୍ତ କରି ଫେରିଛି । ଏଥିରେ ୫ଜଣ ଛାତ୍ର ଓ ୨ ଜଣ ଛାତ୍ରୀଙ୍କୁ ତଦନ୍ତ ପରିସରଭୁକ୍ତ କରିଛି ଏହି ଟିମ୍ । ବହୁ ସମୟ ଧରି ତଦନ୍ତ କରିବା ପରେ ଆଜି ନିଷ୍କର୍ଷ ବାହାରି ପାରିନଥିବା ଜଣାପଡିଛି । ପୁଣି ଆସନ୍ତାକାଲି ଏହି ଟିମ୍ ଆଇସିସି ସଦସ୍ୟଙ୍କୁ ପଚରାଉଚରା କରିବ ବୋଲି ୟୁଜିସିର ତଦନ୍ତକାରୀ ଅଧିକାରୀ ରାଜକୁମାର ମିତ୍ତଲ, ସୁଷମା ଯାଦବ ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଗତ ୧୨ ତାରିଖରେ  କଲେଜ ପରିସରରେ ଆତ୍ମାହୁତି ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ  ଭୁବନେଶ୍ବର ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇଥିଲା।  ସୋମବାର ରାତିରେ ସେ ଆଖି ବୁଜିଥିଲେ। ବାଲେଶ୍ବର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଥିବା ତାଙ୍କ ଜନ୍ମମାଟିରେ ମଙ୍ଗଳବାର ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା। ଏହି ଘଟଣାରେ ଏଫ୍‌ଏମ୍ କଲେଜ ଅଧ୍ୟକ୍ଷ  ଓ ଏଚଓଡିଙ୍କୁ ଉଚ୍ଚଶିକ୍ଷା ବିଭାଗ ନିଲମ୍ବିତ କରିଥିଲା। ଏଥିସହ ପୁଲିସ ଏଚଓଡି ସମୀର ସାହୁ ଓ କଲେଜ ଅଧ୍ୟକ୍ଷଙ୍କୁ ଗିରଫ କରିଥିଲା। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.