ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ବିନା କୋଚିଂରେ ୟୁଟ୍ୟୁବ୍‌ରୁ ପାଠ ପଢି ନିଟ୍‌ରେ ହେଲେ କୃତକାର୍ଯ୍ୟ, ଲିନ୍ସାଙ୍କୁ ଭେଟି ଖୁସି ବ୍ୟକ୍ତ କଲେ ଉପମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୧୬/୯ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ବାଡାବାଙ୍ଗା ଗର୍ଜେଡି ଗ୍ରାମର ଛାତ୍ରୀ ଲିନ୍‌ସା ପ୍ରଧାନ ରବିବାର ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ବିଭାଗର ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ଭେଟିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ଦିନରେ ସଫଳ ମଣିଷ ହେବାକୁ ଆର୍ଶୀବାଦ ଦେଇଛନ୍ତି। ଏନେଇ ସେ ନିଜ ସାମାଜିକ ଗଣମାଧ୍ୟମ ଫେସବୁକ୍ ଆଇଡିରେ ଫୋଟ ସେୟାର କରିଛନ୍ତି।    

ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲିନ୍‌ସା ଜୀବନର ଅନେକ ସମସ୍ୟା ଭିତରେ ରହି ବିନା ପ୍ରାଇଭେଟ୍‌ କୋଚିଂରେ କେବଳ ୟୁଟ୍ୟୁବ୍‌ ମାଧ୍ୟମରେ ପାଠପଢି ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଏହାଦ୍ୱାରା ସେ ଦେଖାଇ ଦେଇଛନ୍ତି ଯେ, ନିଷ୍ଠାର ସହ କରିଥିବା ପରିଶ୍ରମ କେବେ ବ୍ୟର୍ଥ ଯାଏନି। ଆଗାମୀ ଦିନରେ ଏମକେସିଜି ମେଡ଼ିକାଲ କଲେଜରେ ଡାକ୍ତରୀ ପାଠ ପଢିବାକୁ ଯାଉଥିବା ଲିନ୍ସାଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହେଉ। ଏହା ହିଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଉପମୁଖ୍ୟମନ୍ତ୍ରୀ କାମନା କରିଛନ୍ତି। ଗଣଶିକ୍ଷକ ରୂପେ କାର୍ଯ୍ୟରତ ପିତା ଇଲିଆସ ପ୍ରଧାନ ଏବଂ ଅଙ୍ଗନବାଡି କର୍ମୀ ମା' ରୀନା ପ୍ରଧାନ ଆର୍ଥିକ ଅଭାବ ସତ୍ତ୍ଵେ ଝିଅକୁ ଭବିଷ୍ୟତ ପାଇଁ ବଡ଼ ସ୍ଵପ୍ନ ଦେଖିବା ଏବଂ ଏହାକୁ ସାକାର କରିବା ପାଇଁ ସହଯୋଗ କରିଥିବାରୁ ଉପମୁଖ୍ୟମନ୍ତ୍ରୀ ଉଭୟଙ୍କୁ ଧନ୍ୟବାଦ ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.