ପ୍ରମୂଖ ଖବର
  • ସମ୍ବଲପୁର : ଯୁବକଙ୍କୁ ଛୁରୀ ଭୁସି ହତ୍ୟା
  • ||
  • ବାହାରିଲା ନିଟ୍ ୟୁଜି ୨୦୨୫ ରେଜଲ୍ଟ; ସ୍ନେହାଶିଷ ଦାସ ଓଡ଼ିଶା ଟପ୍ପର
  • ||
  • ପାରାଦୀପ ପୁରୁଣା ରେଲୱେ ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ, ଟ୍ରାକ୍‌ରୁ ଖସିଗଲା ୪ଟି ବଗି
  • ||
  • ବାହାରିଲା ନିଟ୍ ୟୁଜି ୨୦୨୫ ପରୀକ୍ଷା ଫଳ; neet.nta.nic.inରେ ରେଜଲ୍ଟ
  • ||
  • କୋଣାର୍କ ଯାତ୍ରୀ ନିବାସରେ ରଜ ପିଠା ଷ୍ଟଲ୍, ଦୋଳିରେ ଝୁଲିଲେ ପର୍ଯ୍ୟଟକ
  • ||
  • ବରଗଡ଼ : ଭେଉଁରିଆ ଗାଁରେ ଅଭାବନୀୟ ଘଟଣା, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଝୁଲିପଡ଼ିଲା ସ୍ୱାମୀ
  • ||
  • ରାଜଧାନୀରେ ବୁଲିଲା ଖଣ୍ଡା, ବାଇକ୍‌ ପାର୍କିଂକୁ ନେଇ ରକ୍ତପାତ
  • ||
  • ଉଗ୍ର ହେଉଛି ଇରାନ-ଇସ୍ରାଏଲ ଲଢେଇ; ଇସ୍ରାଏଲକୁ ସମର୍ଥନ କଲେ...ଆମେରିକା ସମେତ ଅନ୍ୟ ଦେଶକୁ ଇରାନର ଚେତାବନୀ
  • ||
  • ମଞ୍ଚେଶ୍ଵରରୁ ୨ ନାବାଳିକା ଶିଶୁ ଶ୍ରମିକ ଉଦ୍ଧାର
  • ||
  • ବଲାଙ୍ଗୀର : ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ ଥାନା ୫୭ ନଂ ଜାତୀୟ ରାଜପଥ ଖଜୁରୀପଡା ଠାରେ ଦୁର୍ଘଟଣା, ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ୭ ଆହତ
  • ||
  • ଆଜି ପହିଲି ରଜ; ସବୁଠି ଉତ୍ସାହ, ପୋଡ଼ପିଠା ବାସ୍ନାରେ ମହକୁଛି ଗାଁଠୁ ସହର
  • ||
  • ରଜକୁ ଭିଜାଇବ ବର୍ଷା: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ ଜାରି
  • ||

ତିଗିରିଆରେ ବିପୁଳ ପରିମାଣର ଦେଶୀ ମଦ ଜବତ, ଜଣେ ଗିରଫ,୪ ଫେରାର୍...

Published By : Ladu Kishor | June 13, 2025 8:04 PM

ତିଗିରିଆ ୧୩/୦୬: ମଦରେ ଭାସିଲା ଗାଁ ଦାଣ୍ଡ। ଏବେ ଆଉ ସଂରକ୍ଷିତ ଜଙ୍ଗଲରେ ନୁହେଁ ବରଂ ଘର ଭିତରେ ଚାଲିଛି ଚୋରା ଦେଶୀ ମଦ କାରବାର। କାଠ ତାଳେ ରଖାଯାଇଛି ପୁଳାପୁଳା ଦେଶୀ ମଦ ବ୍ୟାରେଲ l ଯେତେ ଖୋଜିଲେ ସେତେ ବାହାରୁଛି ଚୋରା ଦେଶୀ ମଦ। ଏହି ଦୃଶ୍ୟ ହେଉଛି କଟକ ଜିଲ୍ଲା ତିଗିରିଆ ଥାନା ଭିରୁଡ଼ା ଓ ପଣସପାଟଣା ଗ୍ରାମର। ଆଠଗଡ଼ ଓ କଟକ ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢ଼ାଉରେ ଜଣକୁ ଗିରଫ କରାଯାଇଥିବା ବେଳେ ଚାରି ଜଣ ଫେରାର ହୋଇଛନ୍ତି l ଗିରଫ ଅଭିଯୁକ୍ତ ଜଣକ ହେଲେ ସେହି ଗ୍ରାମର ଇନ୍ଦ୍ରମଣି ସାହୁ । ଅବକାରୀ ବିଭାଗ ପକ୍ଷରୁ ୪୮୫୦ ଲିଟର ଚୋରା ଦେଶୀ ମଦ ସହିତ ୧୭୧୫୦ ଲିଟର ପୋଚ ଜବତ୍ କରି ନଷ୍ଟ କରାଯାଇଛି। ଏହି ଚଢ଼ାଉରେ ୧୨ ରୁ ଅଧିକ ବିଭାଗୀୟ ଅଧିକାରୀ ସାମିଲ ଥିଲେ। ସୁଚନା ଥାଉ କି, ଏହି ସ୍ଥାନ ବେଆଇନ ଭାବେ ଚୋରା ଦେଶୀ ମଦର କୁଟୀର ଶିଳ୍ପ ପାଲଟିଛି । ଏହି ଅଞ୍ଚଳରୁ ଦେଶୀ ମଦ ପ୍ରସ୍ତୁତ କରାଯାଇ ରାଜ୍ୟ ତଥା ରାଜ୍ୟ ବାହରକୁ ଚୋରା ଚାଲାଣ କରାଯାଇ ଥାଏ ବୋଲି  ସ୍ଥାନୀୟ ଲୋକେ ବାରମ୍ୱାର ଅଭିଯୋଗ କରି ଆସୁଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.