ପ୍ରମୂଖ ଖବର
  • ଦିଗପହଣ୍ଡି : ଝାଡାବାନ୍ତିରେ ଜଣେ ମୃତ, ୯ ଗୁରୁତର
  • ||
  • ନୂଆପଡ଼ା : ଲଗାଣ ବର୍ଷାରେ ଭୁଶୁଡ଼ିଲା ନିର୍ମାଣାଧୀନ କୁକୁଡ଼ା ଫାର୍ମ କାନ୍ଥ, ଚାପି ହୋଇ ଦୁଇ ମହିଳା ମୃତ
  • ||
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଶିବରାତ୍ରୀ ପାଇଁ ବାବା ଧବଳେଶ୍ୱରଙ୍କ ପୀଠରେ ଭକ୍ତଙ୍କ ସମାଗମ, ରାତି ୧ଟାରେ ଉଠିବ ମହାଦୀପ

Published By : Harapriya Sethi | February 26, 2025 9:44 AM

ଭୁବନେଶ୍ୱର, ୨୬/୦୨: ଆଜି ପବିତ୍ର ମହାଶିବରାତ୍ରୀ । ସେଥିପାଇଁ ଚଳଚଞ୍ଚଳ ହୋଇ ଉଠିିଛି ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠ । ପୂଜକ ସମିତି ପକ୍ଷରୁ ରାତ୍ର ଚାରିଟାରେ ଦ୍ଵାର ଫିଟାଯାଇ ମହାସ୍ନାନ କରାଯିବା ସହିତ ବାବା ଧବଳେଶ୍ବରଙ୍କୁ କେତକୀ ଫୁଲରେ ସଜ୍ଜିତ କରାଯାଇ ସଧାରଣ ଦର୍ଶନ ନିମନ୍ତେ ମନ୍ଦିରର ଦ୍ଵାର ଫିଟା ଯାଇଥିଲା । ଦ୍ୱାର ଫିଟିବା ପରେ ଶ୍ରଦ୍ଧାଳୁମାନେ ଲମ୍ୱା ଲାଇନ୍‌ରେ ଲାଗି ପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ।

ପବିତ୍ର ଜାଗରରେ ବାବା ଧବଳେଶ୍ଵରଙ୍କ ପାଖରେ ଲାଗି ହେବ ପ୍ରସିଦ୍ଧ ମାଣ୍ଡୁଅ ଭୋଗ ।  ଅପରାହ୍ନରେ ଚାରି ପ୍ରହର ପୂଜା କରାଯିବ ସହିତ ତୃତୀୟ ପ୍ରହର ପୂଜାରେ ମାଣ୍ଡୁଅ ଭୋଗ ଲାଗି କରାଯାଇ ବେଢ଼ା ପରିକ୍ରମା କରିବା ପରେ ହରିହର ଭେଟ ହେବ ।  ରାତି ୧ଟାରେ ଧବଳେଶ୍ୱରଙ୍କ ମହାଦୀପ ଉଠିବ । ସୁରକ୍ଷା ଦୃଷ୍ଟିରୁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି । 

                 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.