ପ୍ରମୂଖ ଖବର
  • ଅପରେସନ୍ ସିନ୍ଦୂରରେ ନେଇ ପ୍ରେସମିଟି, ପିଏଲ୍- ୧୫ ବ୍ୟବହାର କରିଥିଲା ପାକିସ୍ତାନ
  • ||
  • ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ, ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର ନୂଆ ଷ୍ଟେସନ୍‌ରୁ ଯାତ୍ରା ଆରମ୍ଭ କଲା ୩ ଏକ୍ସପ୍ରେସ୍ ଟ୍ରେନ୍‌, ଉପକୃତ ହେବେ ଯାତ୍ରୀ
  • ||
  • ଟେଷ୍ଟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ବିରାଟ କୋହଲି, ସୋସିଆଲ୍ ମିଡିଆରେ ପୋଷ୍ଟ କରି ଅବସର ଘୋଷଣା କଲେ
  • ||
  • ମୟୂରଭଞ୍ଜ : ବେଆଇନ ଗୋ ଚାଲାଣ ବେଳେ ପୋଲିସର ଚଢାଉ, ୨୭ ଟି ଗୋରୁ ଉଦ୍ଧାର, ଚାଳକ ଅଟକ
  • ||
  • ଗଞ୍ଜାମ : ପାତିସୁନାପୁର ଗାଁରେ ଗୋଷ୍ଠୀ ସଂଘର୍ଷ, ସୁରକ୍ଷା ପାଇଁ ୫ ପ୍ଲାଟୁନ ପୋଲିସ ମୁତୟନ
  • ||
  • କଳାହାଣ୍ଡି : ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ରାଇରଙ୍ଗପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଆଜି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେବେ
  • ||
  • ଆଗାମୀ ୪ ଦିନ ପ୍ରଚଣ୍ଡ ତାତି: ବୁଧବାର ୪୫ ଡିଗ୍ରୀ ଛୁଇଁବ ପାରଦ, ତତଲା ଲୌହପିଣ୍ଡ ପାଲଟିବ ପଶ୍ଚିମ ଓଡ଼ିଶା
  • ||

ଶ୍ରୀମନ୍ଦିର ସୁରକ୍ଷା ଯାଞ୍ଚ କଲେ ଡିଜିପି ୱାଇବି ଖୁରାନିଆ, ବଡ଼ଦେଉଳ ସୁରକ୍ଷାରେ ମୁତୟନ ହେଲା ଆର୍ମଡ୍‌ ଭେଇକିଲ୍‌‌

Published By : Prameya | May 12, 2025 1:58 PM

ପୁରୀ ୧୨/୫ : ପୁରୀରେ ପୋଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆ। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ମନ୍ଦିରର ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କଲେ ଡିଜିପି। ବଡ଼ଦେଉଳ ସୁରକ୍ଷାରେ ମୁତୟନ ହେଲା ଆର୍ମଡ୍‌ ଭେଇକିଲ୍‌‌। ଏଥିସହ ସ୍ନାନଯାତ୍ରା ଓ ରଥଯାତ୍ରା ସମୟରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସମୀକ୍ଷା କରିଛନ୍ତି। 

ସୂଚନା ଅନୁଯାୟୀ, ସୋମବାର ସକାଳୁ ସକାଳୁ ପୋଲିସ ମହାନିର୍ଦ୍ଦେଶକ ଓ୍ୱାଇ ବି ଖୁରାନିଆ ପୁରୀ ପହଞ୍ଚିଥିଲେ । ଏହି ଅବସରରେ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଏହାସହିତ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଥିଲେ‌। ପୁରୀ ପୋଲିସ ଅଧିକ୍ଷକ (ଏସପି)ଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ସ୍ନାନ ପୂର୍ଣ୍ଣିମା ଓ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ନେଇ ଏକ ବୈଠକରେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏଥିସହିତ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ୍‌ ବ୍ୟବସ୍ଥା ନେଇ ବୈଠକ ଆଲୋଚନ କରିଛନ୍ତି ପୋଲିସ ଡିଜିପି। ଏହି ଅବସରରେ ଅତିରିକ୍ତ ଡିଜିପି ସଞ୍ଜୟ କୁମାର, ଅମିତାଭ ଠାକୁର, ଦୟାଲ ଗଙ୍ଗୱାର, ପ୍ରବୀଣ କୁମାର, ଅନୁପ ସାହୁ ଏବଂ ପିନାକୀ ମିଶ୍ରଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଏବଂ ଏସପି ବିନିତ ଅଗ୍ରୱାଲ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.