ପ୍ରମୂଖ ଖବର
  • ନବୀନ ନିବାସରେ ରାଜ୍ୟପାଳ, ବିରୋଧୀ ଦଳ ନେତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ
  • ||
  • କେନ୍ଦୁଝର :ବିଦ୍ୟୁତ୍ ଜନିତ ଅଘଟଣ; ଝିଆରୀ ବଞ୍ଚିଗଲା, ବଞ୍ଚାଇବାକୁ ଯାଇ ବଡ଼ବାପା ଚାଲିଗଲେ
  • ||
  • ସୁନ୍ଦରଗଡ଼ : ଗଛରେ ପିଟିହୋଇ ଓଲଟିଲା ପିକଅପ୍ ଗାଡ଼ି; ଜଣେ ମୃତ, ୩୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଭୁବନେଶ୍ଵର ; ଭିଜିଲାନ୍ସ ଜାଲରେ ପୁଲିସ ବାବୁ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ ବିଜେପୁର ଥାନା ଏସଆଇ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ଓଲଟିଲା କ୍ଷୀର ବୋଝେଇ ଟ୍ୟାଙ୍କର, ଲକ୍ଷାଧିକ ଟଙ୍କର କ୍ଷୀର ନଷ୍ଟ
  • ||
  • ଭଦ୍ରକ : ଧାମନଗରରେ ବନ୍ୟା, ୪ ପଞ୍ଚାୟତରେ ୨୫ ସ୍କୁଲ ଓ ଦୁଇ ପଞ୍ଚାୟତର ଅଙ୍ଗନବାଡ଼ି ୨ ଦିନ ଛୁଟି
  • ||
  • ଯାଜପୁର : କାଣୀ ନଦୀରେ ୩୦ ଫୁଟର ଘାଇ, ଏକାଧିକ ପଞ୍ଚାୟତରେ ପଶିଲା ପାଣି
  • ||
  • ସଡ଼କ ଦୁର୍ଘଟଣା; ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରକ୍, ୮ ମୃତ, ୪୦ ଆହତ
  • ||
  • ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ ପରଲୋକ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ରାଜ୍ୟ ବିଜେପି ସଭାପତିଙ୍କ ଶୋକ
  • ||
  • ଆସୁଛି ଆଉ ଏକ ଲଘୁଚାପ;୨୯ ଯାଏ ପ୍ରବଳ ବର୍ଷା ଆଶଙ୍କା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ବ୍ୟବସାୟୀଙ୍କଠାରୁ ହୀରା ଲୁଟ୍ ଘଟଣା ; ଆଉ ଚାରି ଗିରଫ, ସଂଖ୍ୟା ୮କୁ ବୃଦ୍ଧି

Published By : Gurupada Nath | August 23, 2025 11:26 PM

ବ୍ରହ୍ମପୁର,୨୩/୮ :  ଗୁଳି କରି ବ୍ୟବସାୟୀଙ୍କ ହୀରା ଲୁଟ୍ ଘଟଣାରେ ଆଉ ୪ ଅଭିଯୁକ୍ତଙ୍କୁ ଗିରଫ କଲା ବଡ଼ବଜାର ପୁଲିସ । ପିସ୍ତଲ ସହ ଗୁଳି ଜବତ । ଗିରଫ ସଂଖ୍ୟା ୮କୁ ବୃଦ୍ଧି ହୋଇଛି । ପୁରୀ ନିକଟରେ ଲୁଚି ରହିଥିବାବେଳେ ପୁଲିସ ୪ଜଣଙ୍କୁ ଧରିଥିବା ବ୍ରହ୍ମପୁର ଏସପି ସୂଚନା ଦେଇଛନ୍ତି ।

ଅଗଷ୍ଟ ୫ତାରିଖରେ ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଶାସ୍ତ୍ରୀ ନଗର ୫ଲାଇନରେ ବ୍ୟବସାୟୀ ବାଳକୃଷ୍ଣ ଆଚାରୀ ଓରଫ ରୁନା ଓ ଶଳା ସୁନିଲ ସାହୁଙ୍କୁ ଗୁଳି କରି ହୀରା ଲୁଟ୍ ହୋଇଥିଲା। ଏହି ଘଟଣାରେ ପୁଲିସ ଆଉ ୪ ଅଭିଯୁକ୍ତକୁ ଗିରଫ କରିଛି । ଗିରଫଙ୍କ ମଧ୍ୟରେ ଭୁବନେଶ୍ବରର ୩ଜଣ ଓ ଜଣେ ବ୍ରହ୍ମପୁରର ରହିଥିବା ଜଣାପଡିଛି । ଗିରଫ ଅଭିଯୁକ୍ତଙ୍କଠାରୁ ପୁଲିସ ଗୋଟିଏ ପିସ୍ତଲ, ବୁଲେଟ ଗାଡ଼ି ସମେତ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି ।

୩.୯ଲକ୍ଷ ଟଙ୍କାର ହୀରା ପାଇଥିବା ପୁଲିସ ସୂଚନା ଦେଇଛି । ପୂର୍ବରୁ ହୀରା ବିକ୍ରି କରିବାକୁ ମଧ୍ୟସ୍ଥି ଭୂମିକା ତୁଲାଇଥିବା ମଳୟ ଉପାଧ୍ୟାୟ, ଖଣ୍ଡଗିରି ଅଂଚଳର ସରୋଜ କୁମାର ମହାନ୍ତି, ଶେଖ୍ ରାଜୁ, ସାହିଲ ଖାନ୍‌ ପ୍ରମୁଖ ୪ ଜଣଙ୍କୁ ଗତ ୧୨ତାରିଖରେ ଗିରଫ କରିଥିଲା ପୁଲିସ। ଘଟଣା ପରେ ଅଭିଯୁକ୍ତମାନେ ରାଜ୍ୟ ବାହାରକୁ ଚାଲିଯାଇଥିଲେ ।  ସେମାନଙ୍କୁ ପୁଲିସ ରାଜ୍ୟ ବାହାରୁ ଗିରଫ କରିଥିଲା। ଏହି ମାମଲାରେ ଗିରଫ ସଂଖ୍ୟା ୮କୁ ବୃଦ୍ଧି ହୋଇଛି ।  ବର୍ତ୍ତମାନ ଏହି ଘଟଣାର ତଦନ୍ତ ଆହୁରି ଜାରି ରହିଥିବା ଏସପି ସୂଚନା ଦେଇଛନ୍ତି ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.